ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନୂଆ ବର୍ଷରୁ ଲାଗୁ ହେବ ନୂଆ ନିୟମ । ମନ୍ଦିରରେ ଥୁ ଥୁ ବନ୍ଦ । ଆସନ୍ତାବର୍ଷରୁ ଆଉ କରି ପାରିବେନି । ବ୍ୟାନ ହୋଇଗଲା ପାନ ଓ ଗୁଟଖା । ପୁରୀ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ ସଂପୂର୍ଣ୍ଣ ଭାବେ ବ୍ୟାନ କରିଛି ମନ୍ଦିର ପ୍ରଶାସନ । ଆସନ୍ତା ଜାନୁଆରୀ ୧ ତାରିଖରୁ ଲାଗୁ ହେବ ଏହି ନିୟମ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖିଛି । ଜାନୁଆରୀ ୧ରୁ ଡ୍ରେସକୋଡ୍ ଭଳି ପାନଗୁଟୁଖାକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯିବ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ। ଅନ୍ୟପଟେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ କର୍ମଚାରୀଙ୍କ ପ୍ରତି ମଧ୍ୟ ଏହି ନିୟମ ଲାଗୁ ହେବ ।
ତେବେ ଆସନ୍ତା ଜାନୁଆରୀ ୧ରୁ କଡ଼ାକଡ଼ି ଭାବେ ନିୟମ ଲାଗୁ ହେବ ବୋଲି ସୂଚନା । ପାନ,ଗୁଟଖା ପାଇଁ ଫାଇନ୍ ବ୍ୟବସ୍ଥା ଥିଲେ ମଧ୍ୟ କେହି ଏହାକୁ ମାନୁ ନାହାନ୍ତି। ଏବେ ସଚେତନ କରାଯିବ ସହ ଜାନୁଆରୀ ୧ରୁ ନିୟମ ଲାଗୁ ହେବ। ଏହାସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ କର୍ମଚାରୀଙ୍କୁ ମଧ୍ୟ ପାନ,ଗୁଟଖା ମନା ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।
ତେଣୁ ପୁଣି ଥରେ ଏହି ନିୟମ ଲାଗୁ କରାଯିବା ସହ ଏଥିନିମନ୍ତେ ଆଜିଠୁ ଲୋକଙ୍କୁ ସଚେତନା କରାଯିବ । ଏଥିସହ ଆଉ ଦେଢ ମାସ ପରେ ଅର୍ଥାତ ଜାନୁୟାରୀ ପହିଲାରୁ ଏହି ନିୟମକୁ କଡ଼ାକଡ଼ି ଲାଗୁ କରାଯିବ । ମନ୍ଦିରକୁ ପ୍ରବେଶ କରୁଥିବା ଭକ୍ତ, ପୂଜକ, ସେବାୟତ, ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ କର୍ମଚାରୀ, ପୁଲିସ୍ କର୍ମଚାରୀ ସମସ୍ତଙ୍କ ପାଇଁ ଏହି ନିୟମକୁ ସମାନ ଭାବେ ଲାଗୁ କରାଯିବ ବୋଲି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।