ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। କୋରାପୁଟ ସଦର ଥାନା ଅନ୍ତର୍ଗତ ପୋଡ଼ାଗଡ ଜାତୀୟ ରାଜପଥ ୩୨୬ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକ ହେଲେ ଜୟପୁର ଚିଲିଗୁଡାର ନାରାୟଣ ରଥ। ସୂଚନାଯୋଗ୍ୟ, ମାଲକାନଗିରିରୁ ବ୍ରହ୍ମପୁର ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥର କୋରାପୁଟ ସଦର ଥାନା ଅଧୀନ ପୋଡ଼ାଗଡ଼ର ଛୋଟାଗୁଡ଼ା ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ୧୦ ଜଣ ଗୁରୁତର ଅଛନ୍ତି।  ତେବେ ସୂଚନା ମୁତାବକ, ଗତକାଲି ରାତିରେ ଯାତ୍ରୀବାହୀ ବସ୍‌ଟି ମାଲକାନଗିରିରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ପୋଡ଼ାଗଡ ଜାତୀୟ ରାଜପଥ ୩୨୬ରେ ବସ୍‌ଟି ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଥିଲେ।

ଆହତଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାରେ କରାଯାଇଥିଲା। ବସ୍ ଡ୍ରାଇଭର ମଦ୍ୟପାନ କରି ଗାଡ଼ି ଚଲାଇବା ଦ୍ୱାରା ଏପରି ଦୁର୍ଘଟଣା ଘଟିଥିବା ଯାତ୍ରୀମାନେ ଅଭିଯୋଗ କରିଛନ୍ତି। ଦୁର୍ଘଟଣା ପରେ ପ୍ରାୟ ଦୁଇ ଘଣ୍ଟା ଧରି ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ପୁଲିସ ବସ୍‌ଟିକୁ ଜବତ କରି ଘଟଣାର ତଦନ୍ତ କରୁଛି। ବସ୍‌ରେ ୩୫ରୁ ଅଧିକ ଯାତ୍ରୀ ଥିଲେ।

Leave A Reply

Your email address will not be published.