ତେଲ ଟ୍ୟାଙ୍କରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ତେଲ ଟ୍ୟାଙ୍କରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌। କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ହଜାରୀ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ତେଲ ଟ୍ୟାଙ୍କରକୁ ଧକ୍କା ଦେଇଛି।

ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।ଆହତମାନଙ୍କୁ ଚିକିତ୍ସା ଲାଗି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଯାତ୍ରୀମାନଙ୍କୁ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନା ମୁତାବକ, ଆଜି ସକାଳେ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ପାରାଦୀପରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିଲା। ହଜାରୀ ଛକ ନିକଟରେ ତେଲ ଟ୍ୟାଙ୍କରକୁ ବସ୍‌ଟି ଧକ୍କା ଦେଇଥିଲା।

ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କୁ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଯାତ୍ରୀଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୁଲିସ ବସ୍ ଓ ତେଲ ଟ୍ୟାଙ୍କରକୁ ଜବତ କରି ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.