ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍।  ୧୬ନଂ ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଭାରସାମ୍ୟ ହରାଇ ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌‌। ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଆହତ ହୋଇଛନ୍ତି।

ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ରାତି ୩ଟା ସମୟରେ ଯାତ୍ରୀବାହୀ ବସ୍‌ଟି ଭୁବନେଶ୍ୱରରୁ ଦୀଘା ଅଭିମୁଖେ ଯାଉଥିଲେ। ବରୁଣଗଡିଆ ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ବସଟି ପଛରୁ ଧକ୍କା ଦେଇଥିଲା। ପୁଲିସ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଜଳେଶ୍ଵର ହସ୍ପିଟାଲରେ ଭର୍ତ୍ତି କରିଛି। ସୂଚନା ଅନୁସାରେ କାଳିଆ ନନା ନାମକ ଏକ ଘରୋଇ ଯାତ୍ରୀବାହୀ ବସ ୩ଟା ସମୟରେ ୬୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ ଦୀଘା ଅଭିମୁଖେ ଯାଉଥିଲା।

ବରୁଣଗଡିଆ ନିକଟରେ ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ପଛରୁ ହଠାତ ଧକ୍କା ଦେଇଥିଲା। ବସ ଆଗରେ ବସିଥିବା ୩ ଜଣ ଯାତ୍ରୀ ଗୁରୁତର ହୋଇ ଜଳେଶ୍ୱର ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଅନ୍ୟ କିଛି ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.