ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆଜି ସରିଛି ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଅବଧି । ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନରେ ୯ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ବନ୍ଦ୍ବିତା କରିବେ। ଏଥିଲାଗି ସମୁଦାୟ ୧୦ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ | ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ଥିବାବେଳେ ଜଣେ ପ୍ରାର୍ଥୀ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି | ଭୁବନେଶ୍ୱର ଗର୍ତିଆ ନାମକ ଜଣେ ପ୍ରାର୍ଥୀ ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେବାରୁ ଉପନିର୍ବାଚନ ମଇଦାନରେ ୯ ଜଣ ପ୍ରାର୍ଥୀ ରହିଛନ୍ତି। ଭାରତୀୟ ଜନତା ପାର୍ଟିର ଟଙ୍କଧର ତ୍ରିପାଠୀ, ଭାରତୀୟ ଜାତୀୟ କଂଗ୍ରେସର ତରୁଣ ପାଣ୍ଡେ, ବିଜୁ ଜନତା ଦଳର ଦୀପାଳି ଦାସ, ଓଡ଼ିଶା ପ୍ରଗତି ଦଳର ଜନ୍ମା ରୋହିଦାସ, ଓଡ଼ିଶା ଜନତା ପାର୍ଟିର ମନୀଷ ଶର୍ମା, କଳିଙ୍ଗ ସେନାର ମହିନ୍ଦ୍ର ପଟ୍ଟନାୟକ, ସ୍ୱାଧୀନ ପ୍ରାର୍ଥୀ ବିଜୟ କୁମାର ଜାଳାନ,ସ୍ୱାଧୀନ ପ୍ରାର୍ଥୀ ମହେନ୍ଦ୍ର ଲୁହା ଓ ସ୍ୱାଧୀନ ପ୍ରାର୍ଥୀ ଜ୍ଞାନେନ୍ଦ୍ର ବେହେରା ପ୍ରମୁଖ ଝାରସୁଗୁଡ଼ା ଉପନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି |
ସୂଚନାଯୋଗ୍ୟ, ପୂବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଧାୟକ ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ଉପନିର୍ବାଚନ ହେଉଛି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମଗ୍ର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଗତିବିଧି ସରଗରମ ହେବାରେ ଲାଗିଛି। ମେ ୧୦ ତାରିଖରେ ହେବାକୁ ଥିବା ଏହି ଉପନିର୍ବାଚନ ପାଇଁ ଗତ ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଗତ ୧୭ ତାରିଖରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ତାପୂର୍ବରୁ ୧୫ ତାରିଖରେ କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ସେହିପରି ଏପ୍ରିଲ ୧୮ରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ | ପ୍ରଥମେ ବିଜେଡି, ବିଜେପି ଓ କଂଗ୍ରେସ ସମେତ ମୋଟ ୧୪ଜଣ ପ୍ରାର୍ଥୀ ସେମାନଙ୍କର ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ମୋଟ ୨୨ ସେଟ୍ ନାମାଙ୍କନ ପତ୍ର ଦାଖଲ କରିଥିବା ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ସୂଚନା ପ୍ରଦାନ କରିଥିଲେ। ନିର୍ବାଚନ କମିଶନଙ୍କ ଘୋଷଣା ପରେ ମୋଟ ୧୦ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରାର୍ଥୀ ତାଲିକାର ଥିଲେ । ତେବେ ଆଜି ଜଣେ ପ୍ରାର୍ଥୀ ପ୍ରାର୍ଥୀ ପତ୍ର ପ୍ରତ୍ୟାହେର କରିନେବାୱ ପରେ ଏବେ ମୈଦାନରେ ଅଛନ୍ତି ମୋଟ ୯ ଜଣ ପ୍ରାର୍ଥୀ ।ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ ଭୋଟ୍ ପଡିବାକୁ ଥିବାବେଳେ, ମେ’ ୧୩ରେ ଆସିବ ରେଜଲ୍ଟ ।
ଉପନିର୍ବାଚନ ପାଇଁ ଉଭୟ ବିଜେଡି, ବିଜେପି ଓ କଂଗ୍ରେସ ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିସାରିଛନ୍ତି । ଏଥିରେ ବିଜେଡିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୫ କ୍ୟାବିନେଟ୍ ମନ୍ତ୍ରୀ, ଜଣେ ରାଷ୍ଟ୍ର ମନ୍ତ୍ରୀଙ୍କ ସହ ଯାଇ ପ୍ଦୀରଚାର କରିବେ । ମୋଟାମୋଟି ଦେଖିବାକୁ ଗଲେ, ବିଜେଡିର ପ୍ରାର୍ଥୀ ତଥା ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ଦୀପାଳି ଦାସ ଓ ବିଜେପିର ଟଙ୍କଧର ତ୍ରିପାଠୀଙ୍କ ମଧ୍ୟରେ ଲଢେଇ ହେବ ବୋଲି ଚର୍ଚ୍ଚା ଜୋର ଧରିଥିବାବେଳେ କଂଗ୍ରେସର ତରୁଣ ପାଣ୍ଡେ ମଧ୍ୟ ଭଲ ପ୍ରଦର୍ଶନ କରିବେ ବୋଲି ଜୋର ଦେଇ କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ ।