ଘାଟିରେ ଓଲଟିଗଲା ପିକଅପ୍ ଭ୍ୟାନ୍

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଘାଟିରେ ଓଲଟିଗଲା ପିକଅପ୍ ଭ୍ୟାନ୍ । 14 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 20ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି । ଡିଣ୍ଡୋରି ଜିଲ୍ଲାର ବାଡଝାଜାରୀ ଘାଟରେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଆହତଙ୍କୁ ଚିକିତ୍ସା ନିମନ୍ତେ ସ୍ଥାନୀୟ ଶାହପୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ ।

ଏହି ଘଟଣାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ 4 ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଯାଦବ କହିଛନ୍ତି ଯେ, ଦିନ୍ଦୋରୀ ଜିଲ୍ଲାର ଦୁର୍ଘଟଣା ଲୋକଙ୍କ ଜୀବନ ନେଇଛି । ଏଥି ପାଇଁ ମୁଁ ଗଭୀର ସମବେଦନା ଜଣାଉଛି । ସମସ୍ତ ଅମର ଆତ୍ମାଙ୍କୁ ଭଗବାନ ଶାନ୍ତି ପ୍ରଦାନ କରନ୍ତୁ । ଏହି ଦୁଃଖ ସହିବାକୁ ପରିବାର ସଦସ୍ୟଙ୍କୁ ଶକ୍ତି ଦିଅନ୍ତୁ । ମୃତକଙ୍କ ପରିବାର ପାଇଁ ସରକାର ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଥିବାବେଳେ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା ସେ ସୂଚନା ଦେଇଛନ୍ତି । ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ଏହି ଦୁର୍ଘଟଣା ଘଟିଛି । ଡ୍ରାଇଭର ଜଣକ ନିୟନ୍ତ୍ରଣ ହରାଇବାରୁ ୧୪ଜଣଙ୍କ ମୃତ୍ୟୁ ହୋଇଛି । ୨୧ ଜଣ ଆହତ ହୋଇଛନ୍ତି ।

ସ୍ଥାନୀୟ ଜଣେ ପୋଲିସ ଅଧିକାରୀ କହିଛନ୍ତି, ”ଦୁର୍ଘଟଣା ଜିଲ୍ଲାର ଶାହାପୁରା ପୋଲିସ ଷ୍ଟେସନ ଅଞ୍ଚଳରେ ଘଟିଥିଲା । ଏକ ଗୋଦଭରାଇ କାର୍ଯ୍ୟକ୍ରମରେ ସାମିଲ ହୋଇ ପିକଅପ ଭ୍ୟାନରେ ବସିଥିବା ଯାତ୍ରୀ ଫେରୁଥିବା ବେଳେ ଗାଡିଟି ହଠାତ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ନିମିଷକ ମଧ୍ୟରେ 14 ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାରେ 20 ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ସମ୍ପର୍କରେ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ସଙ୍ଗେ ସଙ୍ଗେ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

Leave A Reply

Your email address will not be published.