ଓଡ଼ିଆ ନ୍ୟୁଜ୍: ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଆସନ୍ତା ୧୮ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଯୁକ୍ତ ଦୁଇ ପରୀକ୍ଷା ନେଇ ପ୍ରେସମିଟ୍ କରିଛି CHSE। ଦିନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟା ଯାଏଁ ଚାଲିବ। ୧ ହଜାର ୨ ଶହ ୭୬ ସେଣ୍ଟରରେ ପରୀକ୍ଷା ଦେବେ ୩ ଲକ୍ଷ ୯୩ ହଜାର ୬୧୮ ପରୀକ୍ଷାର୍ଥୀ। ଅନ୍ୟପଟେ ଦିବ୍ୟାଙ୍ଗମାନଙ୍କ ପାଇଁ ୪ଘଣ୍ଟାର ପରୀକ୍ଷା ଅବଧି ରହିବ। ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି। ପରୀକ୍ଷା ସରିବାର ୪୫ ଦିନ ପରେ ରେଜଲ୍ଟ ପ୍ରକାଶ ପାଇବ।
ପରୀକ୍ଷାକୁ ନେଇ ଯେଉଁମାନେ ଗୁଜବ ସୃଷ୍ଟି କରିବେ, ସେମାନଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଖରାକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ରହିବ। ସବୁ ପରୀକ୍ଷା କେନ୍ଦ୍ରରେ ପିଇବା ପାଣିର ବ୍ୟବସ୍ଥା କରାଯାଇଛି। ସେହିପରି ସବୁ ସେଣ୍ଟରରେ ଲାଗିବ ସିସି ଟିଭି କ୍ୟାମେରା। ପରୀକ୍ଷା ସୁରୁଖୁରୁ ପରିଚାଳନା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ପ୍ରଶ୍ନପତ୍ର ଲିକକୁ ରୋକିବା ପାଇଁ ଅଣ୍ଟା ଭିଡ଼ିଛି CHSE।