ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟାର ରୂପ ନେଇ ମାଡି ଆସୁଛି। ଓଡ଼ିଶା ଉପକୂଳ ଭିତରକନିକା-ଧାମରା ମଧ୍ୟରେ ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ନେଇ ସମ୍ଭାବନା ରହିଛି। ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳର ଭାଗ ଛୁଇଁବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଏହି ସୂଚନା ଦେଇଛନ୍ତି। ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର, ପୁରୀ ଓ ପାଶ୍ୱବର୍ତ୍ତୀ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୨୪ତାରିଖରେ ଅତି ପ୍ରବଳ ବର୍ଷା ନେଇ ୪ଜିଲା ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର ଓ ଭଦ୍ରକ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୨୫ ତାରିଖରେ ମଧ୍ୟ ବର୍ଷା ପ୍ରଭାବ ରହିବ। ଆସନ୍ତା ୨୬ ତାରିଖରୁ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସେପଟେ ବାତ୍ୟା ‘ଦାନା’ ପାଇଁ ତିନୋଟି ବିମାନ ବନ୍ଦର ପାରାଦ୍ୱୀପ, ଧାମରା ଓ ପୁରୀକୁ ୪ନଂ ବିପଦ ସଙ୍କେତ ଜାରି ହୋଇଛି। ଆସନ୍ତାକାଲି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ,ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ୭ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ଆଉ କିଛି ସ୍ଥାନରେ ୨୦ରୁ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

 

Comments are closed.