ଟୁଇଟ କରି ରଜ ପର୍ବର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଆଜି ଉତ୍ସବମୁଖର ଓଡିଶା। ସବୁଆଡେ ରଜ ପାନ ଓ ପୋଡ଼ ପିଠାର ଆସର ଜମୁଛି । ନିଆରା ବାସ୍ନାରେ ମହକୁଛି ପୁରପଲ୍ଲୀ । ରଜ ଓଡ଼ିଶାର ଏକ ପାରମ୍ପରିକ କୃଷି ଭିତ୍ତିକ ପର୍ବ ହୋଇଥିବାରୁ ଏହାକୁ ଜାକଜମକରେ ପାଳନ କରୁଛନ୍ତି ରାଜ୍ୟବାସୀ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ୍ ଯୋଗେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ପ୍ରକୃତି, ଧରିତ୍ରୀ ଏବଂ ନାରୀଙ୍କ ପ୍ରତି ସମ୍ମାନର ପ୍ରତୀକ ଏହି ମହାନ ପର୍ବରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସର ସହ ସାମିଲ ହୁଅନ୍ତୁ। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଅନନ୍ୟ ବାର୍ତ୍ତାବହ ରଜ ପର୍ବ ଅବସରରେ ସମସ୍ତଙ୍କ ସୁଖ ଓ କଲ୍ୟାଣମୟ ଜୀବନ କାମନା କରୁଛି।’

ସେହିଭଳି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ରଜ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ବିଟ୍‌ କରିଛନ୍ତି, ‘କୃଷିଭିତ୍ତିକ ପର୍ବ ରଜ ଉପଲକ୍ଷେ ପ୍ରିୟ ଦେଶବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ଦୋଳି, ପିଠା ଓ ଖେଳକୁଦର ଆସର ସାଙ୍ଗକୁ ଓଡ଼ିଶାର ପୁରପଲ୍ଲୀରେ ତିନି ଦିନ ବ୍ୟାପି ପାଳିତ ହେଉଅଛି ଏହି ପର୍ବ । ରଜ ଅବସରରେ ମୁଁ ରାଜ୍ୟ ତଥା ଦେଶବାସୀଙ୍କର ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଅଛି ।’

ସେପଟେ କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଟ୍ବିଟ୍ କରି ଲେଖିଛନ୍ତି, ‘ଓଡ଼ିଶାର ଅନନ୍ୟ ସଂସ୍କୃତି, କୃଷି ଅର୍ଥନୀତି ଓ ଯୁବପିଢ଼ିଙ୍କ ସହ ଜଡ଼ିତ ଗଣ ପର୍ବ ‘ରଜ’ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ । ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ଅନନ୍ୟ ପରମ୍ପରାର ପର୍ବ ହେଉଛି ରଜ । ମହାପ୍ରଭୁଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ଏହି ପର୍ବ ଆନନ୍ଦ ଓ ଉଲ୍ଲାସ ଆଣିଦେଉ ଏହା ହିଁ କାମନା ।’

Leave A Reply

Your email address will not be published.