ଦିଗପହଣ୍ଡି ବସ ଦୁର୍ଘଟଣା, ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ (ବ୍ୟୁରୋ) :  ଦିଗପହଣ୍ଡିଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଥିବା ବେଳେ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ସୂଚନାନୁଯାୟୀ, ଗୁଡାରୀଠାରୁ ଭୁବନେଶ୍ୱର ଯାଉଥିବା ଓଏସ୍‌ଆର୍‌ଟିସି ବସ୍‌ଟି ଗଞ୍ଜାମ ଜିଲାର ଦିଗପହଣ୍ଡି ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକଠାରେ ବିବାହ ଭୋଜି ସାରି ଫେରୁଥିବା ଏକ ଘରୋଇ ବସ୍‌କୁ ରବିବାର ବିଳମ୍ବିତ ରାତିରେ ଧକ୍କା ଦେବାରୁ ଏହି ଅଘଟଣ ଘଟିଛି।

ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ମେଡିକାଲ ନେଇଥିଲା। ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି। ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଘରୋଇ ମିନି ବସ୍ ସହ ସରକାରୀ OSRTC ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ 12 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 20ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି ।

Leave A Reply

Your email address will not be published.