ଆସନ୍ତାକାଲ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆସନ୍ତାକାଲ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯାଜପୁର ଚଣ୍ଡିଖୋଲ ବେଣାପୁରଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ। ଏଥିସହ ସେଠାରେ ଆୟୋଜିତ ବିରାଟ ସାଧାରଣ ସଭାରେ ଉଦବୋଧନ ଦେବେ। ମୋଦିଙ୍କ ଗସ୍ତକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ସମାବେଶସ୍ଥଳ ବେଣାପୁର ପଡିଆକୁ ଯାଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ। 3223 କୋଟିରୁ ଅଧିକ ମୂଲ୍ୟର ରେଳ ଭିତ୍ତିଭୂମି ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ଉଦଘାଟନ କରିବା ସହିତ ଶିଳାନ୍ୟାସ କରିବେ । ହରିଦାସପୁର ପାରାଦ୍ୱୀପ ରେଳ ମାର୍ଗରେ ପ୍ରଥମ ଯାତ୍ରୀବାହୀ ଟ୍ରେନକୁ ଶୁଭାରମ୍ଭ କରିବେ ମୋଦି । ପ୍ରଥମ ଥର ପାଇଁ କେନ୍ଦ୍ରାପଡା ଦେଇ ହରିଦାସପୁର ପାରାଦ୍ୱୀପ ରେଳ ମାର୍ଗରେ ଗଡିବ ଯାତ୍ରୀବାହୀ ଟ୍ରେନ ।

ମଙ୍ଗଳବାର ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି ଯାଜପୁର ଜିଲ୍ଲା ଅନ୍ତର୍ଗତ ଚଣ୍ଡିଖୋଲ ଠାରେ ଅପରାହ୍ନ 3ଟା 30 ମିନିଟରେ ପହଞ୍ଚିଥିବେ । ସେଠାରେ 19 ହଜାର 600 କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହି ପ୍ରକଳ୍ପ ଗୁଡ଼ିକ ତୈଳ ଏବଂ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ପରମାଣୁ ଶକ୍ତି ସହିତ କ୍ଷେତ୍ର ଗୁଡିକ ସହିତ ଜଡିତ ।

ପାରାଦ୍ବୀପ ରିଫାଇନାରୀରେ ଭାରତୀୟ ତୈଳ ନିଗମ ଲିମିଟେଡ୍ ମୋନୋ ଏଥାଇଲନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ଉଦଘାଟନ କରିବେ । ଯାହା ଭାରତର ଆମଦାନୀ ନିର୍ଭରଶୀଳତାକୁ ହ୍ରାସ କରିବାରେ ସହାୟକ ହେବ। ସେ ଓଡିଶାର ପାରାଦ୍ବୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ 344 କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ ମଧ୍ୟ ଉଦଘାଟନ କରିବେ । ଭାରତର ପୂର୍ବତଟରେ ଆମଦାନୀ ଭିତ୍ତିଭୂମି ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ପାରାଦୀପରେ 0.6 MMTPA LPG ଆମଦାନୀ ସୁବିଧାକୁ ମଧ୍ୟ ଉଦଘାଟନ କରିବେ ।

Leave A Reply

Your email address will not be published.