ପୁଣି ଆସୁଛି ବର୍ଷା; ଭିଜିବ ଓଡିଶା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୁଣି ଭିଜିବ ଓଡିଶା।  ଆସନ୍ତା ୧୪ ତାରିଖବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ୧୫ରେ ଲଘୁଚାପ ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ।

ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଦକ୍ଷିଣ ସମେତ ଉତ୍ତର ଓଡିଶାରେ ବର୍ଷାର ସମ୍ଭାବନା ରହିଛି। ମୁଖ୍ୟତଃ ୧୩ଟି ଜିଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୫ରୁ ଦକ୍ଷିଣ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଏହା ଉତ୍ତର ଦିଗକୁ ମୁହାଁଉଥିବାରୁ ଉପକୂଳ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ସମ୍ଭାବନା ଅଛି ।

୧୬ରୁ ୧୮ ତାରିଖ ଭିତରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢେଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖ ପର୍ଯ୍ୟନ୍ତ ରାତି ତାପମାତ୍ରା ହ୍ରାସ ପାଇବ ଓ ଦିନ ତାପମାତ୍ରା ବଢ଼ିବ । ୧୩ରୁ ରାତି ତାପମାତ୍ରା କମିବ ।

Leave A Reply

Your email address will not be published.