ଆସନ୍ତା ୬ରେ ଆସୁଛି ମାଟ୍ରିକ ଫଳ, ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

0

ଭୁବନେଶ୍ୱର(ଓଡ଼ିଆ ନ୍ୟୁଜ୍‌): ଆସନ୍ତା ବୁଧବାର ଅର୍ଥାତ୍ ୬ ତାରିଖ ଦିନ ଗୋଟାଏରେ ପ୍ରକାଶ ପାଇବ ମାଟ୍ରିକ୍ ଫଳ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ମାଟ୍ରିକ ରେଜଲ୍ଟ bseodisha.ac. in ଏବଂ odisharesult. nic. in ରେ ଉପଲବ୍ଧ ହେବ। ପୂର୍ବରୁ ଓ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ସୂଚନା ଦେଇଥିଲେ। ସେ କହିଥିଲେ, ଏବେ ମାଟ୍ରିକ୍ ପରୀକ୍ଷା ଖାତା ଦେଖା ସରିଥିବା ବେଳେ ଅନ୍ୟାନ୍ୟ ଆନୁସାଙ୍ଗିକ କାର‌୍ୟ୍ୟ ଚାଲିଛି। ନିର୍ଭୁଲ ପରୀକ୍ଷାଫଳ ପ୍ରକାଶ ପାଇଁ ଉଦ୍ୟମ ଜାରି ରହିଛି। ଖୁବ୍ ଶୀଘ୍ର ପରୀକ୍ଷାଫଳ ପ୍ରକାଶ ପାଇବାର ତାରିଖ ଘୋଷଣା ହେବ ।

ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଯୋଗୁଁ ୨ବର୍ଷ ପରେ ଏଥର ଅଫଲାଇନ୍ରେ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ରୁ ମେ ୭ ପର‌୍ୟ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ।

Leave A Reply

Your email address will not be published.