ସରିଲା ଦ୍ବିତୀୟ ରଥ ସମନ୍ବୟ କମିଟି ବୈଠକ, ଶୃଙ୍ଖଳିତ ରଥଯାତ୍ରାକୁ ଗୁରୁତ୍ୱ

0

ପୁରୀ(ଓଡ଼ିଆ ନ୍ୟୁଜ୍‌): ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ଅନୁଷ୍ଠିତ ହୋଇଥିଲା ଦ୍ବିତୀୟ ରଥଯାତ୍ରା ସମନ୍ୱୟ ବୈଠକ । ବୈଠକରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଅଧ୍ୟକ୍ଷତା କରିବା ସହିତ ଏଥିରେ ବିଭିନ୍ନ ବିଭାଗର ମନ୍ତ୍ରୀ ଯୋଗ ଦେଇଥିଲେ । ରଥଯାତ୍ରାକୁ ଶୃଙ୍ଖଳିତ ଭାବେ କରାଇବା ନେଇ ଆଲୋଚନା ହୋଇଥିବା ବେଳେ, ବିଭାଗୀୟ ଅଧିକାରୀଙ୍କୁ ବାକି ଥିବା କାର‌୍ୟ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ରଥଯାତ୍ରା କରାଇବା ନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ବ୍ୟବସ୍ଥା କରିବେ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଖବର ଅନୁଯାୟୀ, ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଗତ ଦୁଇବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ଏହି ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ତେଣୁ ଆଜିର ବୈଠକରେ ଭକ୍ତଙ୍କ ରହଣୀ, ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ଓ ନୀତି କାନ୍ତି ଉପରେ ଆଲୋଚନା କରାଯାଇଛି।

Leave A Reply

Your email address will not be published.