୩୩୦ ଶଯ୍ୟା ବିଶିଷ୍ଟ କେନ୍ଦୁଝର ଜିଲ୍ଲା ଚିକିତ୍ସାଲୟ ପାଇଁ ୨୦ ଟି ନୁଆ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): କେନ୍ଦୁଝରରେ ୩୩୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିମନ୍ତେ ବିଭିନ୍ନ ବର୍ଗରେ ୨୦ ଟି ନୂଆ ପଦବୀ ସୃଷ୍ଟି କରାଯାଇଛି।ଏ ବାବଦରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ କାର୍ଯ୍ୟାଳୟ ଆଦେଶରୁ ଜଣା ପଡ଼ିଛି ଯେ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଏହି ଡାକ୍ତରଖାନା ପାଇଁ ୩ ଟି ନିଶ୍ଚେତକ ସ୍ପେଶାଲିଷ୍ଟ , ୧ଟି ଅସ୍ତି ଶଲ୍ୟ ସ୍ପେଶାଲିଷ୍ଟ୍, ୧ଟି ଜରୁରୀ କାଳୀନ ମେଡିକାଲ ଅଧିକାରୀ, ୨ଟି ବ୍ଲଡ ବ୍ୟାଙ୍କ୍ ଅଧିକାରୀ, ୮ ଟି ମେଡିକାଲ ଅଧିକାରୀ, ୧ ଟି ଦନ୍ତ ଚିକିତ୍ସକ, ଏବଂ ୩ଟି ପରିକ୍ଷଗାର ସହାୟକ ଏହିପରି ସମୁଦାୟ ୨୦ଟି ପଦବୀ ସୃଷ୍ଟି କରାଯାଇଛି । ଏହି ସବୁ ପଦବୀରେ ସ୍ପେଶାଳିଷ୍ଟ ମାନେ ନିୟୋଜିତ ହେବା ପରେ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟର ଗୁଣାତ୍ମକ ମାନ ବହୁ ଗୁଣିତ ହେବ ବୋ

Leave A Reply

Your email address will not be published.