ଓଡ଼ିଆ ନ୍ୟୁଜ୍: ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ୨୦ ହଜାର ପେନସନ୍ ସହ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ। ଆଜି ଏ ସଂପର୍କରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ।
୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ। ୨୫ ଜୁନ୍ ୧୯୭୫ ମସିହାରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ ଅନେକ ସଂଗ୍ରାମୀ ।