ରାଜ୍ୟର ପାଣିପାଗ ପୁଣି ପରିବର୍ତ୍ତନ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟର ପାଣିପାଗ ପୁଣି ପରିବର୍ତ୍ତନ ହୋଇଛି। ଦୁଇଦିନର ପ୍ରବଳ ତାତି ପରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହିତ କିଛିକିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି । ସ୍ଥାନେ ସ୍ଥାନେ ହାଲୁକା ବର୍ଷା ସହିତ ‌କେତେକ ସ୍ଥାନରେ କୁହୁଡ଼ି ପରିଲକ୍ଷିତ ହେବ। ପ୍ରଭାବରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସହ ମଧ୍ୟମଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି। ୧୨ ଓ ୧୩ ତାରିଖରେ ରାଜ୍ୟର ଅର୍ଧାଧିକ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବ। ଫଳରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କଟକ ଓ ନୟାଗଡ଼ରେ ଘନକୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା‌ ୫୦ରୁ ୨୦୦ ମିଟର ମଧ୍ୟରେ ରହିଥିଲା। ରାତିର ତାପମାତ୍ରା ସ୍ବାଭାବିକଠାରୁ ସାମାନ୍ୟ ଅଧିକ ରହୁଛି। ଆଜି ଦିନ ସମୟରେ ପାରଳାଖେମୁଣ୍ଡିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୪.୮ ଡିଗ୍ରି ରହିଥିଲା।

ଅନ୍ୟପଟେ  ଯାଜପୁର, ଭଦ୍ରକ, ବାଲେଶ୍ବର, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ସମେତ ପଶ୍ଚିମ ଓଡ଼ିଶାର ୧୬ ଜିଲାରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ୧୨ ତାରିଖରେ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼ ସମେତ ୧୧ ଜିଲାରେ ବର୍ଷା ହୋଇପାରେ। ବର୍ଷା ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ପାଣିପାଗ ବିଭାଗ କହିଛି। ଏହା ପରେ ରାଜ୍ୟରେ ପୁଣି ତାତି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave A Reply

Your email address will not be published.