ପୁଣି ଆରମ୍ଭ ହେବ ପ୍ରଚଣ୍ଡ ତାତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାୟୁମଣ୍ଡଳରେ ଦେଢ଼ କିମି ଉଚ୍ଚାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇଛି। ନୂଆପଡ଼ାରେ ୧୫.୬ ମିମି ବର୍ଷା ରେକର୍ଡ କରାଯାଇଛି। ଅନ୍ୟାନ୍ୟ ସ୍ଥାନରେ ବର୍ଷା ସହ ମେଘୁଆ ପାଗ ରହିଥିବାରୁ ତାତି ଅନୁଭୂତ ହୋଇନାହିଁ।

କେତେକ ସ୍ଥାନରେ ତାପମାତ୍ରା ୧୦ରୁ ୧୩° ପର୍ଯ୍ୟନ୍ତ କମିଛି। ଆସନ୍ତାକାଲି ମଧ୍ୟ ପାଗ ମେଘୁଆ ରହିବ। ତେବେ ୧୪ ତାରିଖରୁ ପୁଣି ତାତି ବଢ଼ିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜିଠାରୁ ବିଭିନ୍ନ ସ୍ଥାନରେ ତାପମାତ୍ରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ଓ ରବିବାର ବୌଦ୍ଧ, ଅନୁଗୁଳ, ନୟାଗଡ, ଖୋର୍ଦ୍ଧା , କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଉଷ୍ମ ଓ ଆଦ୍ର ପାଣିପାଗ ରହିବ।

ତାସହ ୧୭ରୁ ୨୦ ତାରିଖ ବେଳକୁ ତାପମାତ୍ରା ଆହୁରି ଅଧିକ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଗତକିଛି ଦିନ ଧରି ପାଗରେ ପରିବର୍ତ୍ତନ ଯୋଗୁଁ ଖରା, ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିଥିଲା। ପଶ୍ଚିମା ଝଡ଼ ପ୍ରଭାବ ଅପସରି ଯାଇଥିବାବେଳେ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ।

Leave A Reply

Your email address will not be published.