ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖାରେ ପ୍ରଳୟଙ୍କରୀ ବନ୍ୟା। ଫଳରେ ଉତ୍ତର ବାଲେଶ୍ଵର ଅଞ୍ଚଳରେ ଗମ୍ଭୀର ହେଉଛି ବନ୍ୟା ପରିସ୍ଥିତି। ଆଜି ସକାଳ ୬ଟା ସୁଦ୍ଧା ରାଜଘାଟ ଠାରେ ସୁବର୍ଣ୍ଣରେଖା ନଦୀର ଜଳପତ୍ତନ ୧୦.୨୦ ମିଟରରେ ପ୍ରବାହିତ ହେଉଛି। ଜଳେଶ୍ୱର ବ୍ଲକ ଅନ୍ତର୍ଗତ ରାଜଘାଟ ନିକଟରେ ବିପଦ ସଙ୍କେତ ୧୦.୩୬ ମିଟର ଥିବାବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୦. ୨୦ମିଟରରେ ପ୍ରବାହିତ ହେଉଛି।
ଯଦି ଜଳସ୍ତର ଏଭଳି ବୃଦ୍ଧି ପାଏ ତା’ହାଲେ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିବା ଆଶଙ୍କା କରାଯାଉଛି। ବାଲିଆପାଳ, ଜଳେଶ୍ୱର ଓ ଭୋଗରାଇ ବ୍ଲକର ଅନେକ ପଞ୍ଚାୟତ ଜଳମଗ୍ନ ହେବା ସହ ଚାଷ ଜମି କ୍ଷତିଗ୍ରସ୍ତ ହେବାର ଆଶଙ୍କା କରାଯାଉଛି। ସେହିପରି ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାମକୁଣ୍ତା ଷୋଳଶା ପାଣ୍ଠ କୋଷ୍ଟ କେନାଲର ସ୍ଲୁଇସ୍ ଗେଟ୍ ଭାଙ୍ଗିଯାଇଛି।
ଫଳରେ ବାଲିଆପାଳ-ଜାମକୁଣ୍ଡାକୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାରେ ଆଣ୍ଠୁଏ ଉପରେ ପାଣି ପ୍ରବାହିତ ହେଉଛି। ସ୍ଲୁଇସ୍ ଗେଟ୍ ଭାଙ୍ଗିଯିବା ଯୋଗୁ ହଜାର ହେକ୍ଟର ଚାଷ ଜମିରେ ପାଣି ମାଡ଼ିଯାଇଛି। ଫଳରେ ଚାଷ ଜମି ନଷ୍ଟ ହେବାର ଆଶଙ୍କା ରହିଛି। ଜଳସେଚନ ବିଭାଗ ପକ୍ଷରୁ ବାଲି ବସ୍ତା ପକାଇ ମରାମତି କରା ଯାଉଥିବା ସୂଚନା ରହିଛି।
Comments are closed.