ଭିଭିପ୍ୟାଟ ଭେରିଫିକେସନ ନେଇ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନିର୍ବାଚନରେ ବାଲାଟ ପେପର ବ୍ୟବସ୍ଥା ଫେରାଇ ଆଣିବାକୁ ହୋଇଥିବା ଆବେଦନ ଖାରଜ।  ଭିଭିପ୍ୟାଟ ଭେରିଫିକେସନ ନେଇ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଏହାସହ ବାଲାଟ ପେପରରେ ଭୋଟିଂ କରିବାକୁ ନେଇ କରାଯାଇଥିବା ସମସ୍ତ ଆବେଦନକୁ ମଧ୍ୟ ଖାରଜ କରିବା ସହ ଇଭିଏମରେ ସବୁସ୍ଥାନରେ ଭୋଟିଙ୍ଗ କରିବାକୁ କ୍ଲିନଚିଟ ଦେଇଛନ୍ତି ସୁପ୍ରମିକୋର୍ଟ ।

ଭୋଟର ଭେରିଫାଏବଲ୍ ପେପର ଅଡିଟ୍ ଟ୍ରାଏଲ୍ (VVPAT) ସ୍ଲିପ୍ ସହିତ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (EVM) ବ୍ୟବହାର କରି ଦିଆଯାଇଥିବା ଭୋଟର ସମ୍ପୂର୍ଣ୍ଣ ଯାଞ୍ଚ ପାଇଁ ସୁପ୍ରିମକୋର୍ଟରେ ଏକାଧିକ ଆବେଦନ ହୋଇଥିଲା, ଯାହାକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ।

ସର୍ବୋଚ୍ଚ ଅଦାଲତର ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ଏହି ମାମଲା ଉପରେ ଶୁଣାଣି କରି ସମସ୍ତ ଆବେଦନକୁ ଖାରଜ କରି ଦେଇଛନ୍ତି। ଏଥିସହ ନିର୍ବାଚନରେ ବାଲାଟ ପେପରର ପୁନଃ ବ୍ୟବହାର କରିବାକୁ ହୋଇଥିବା ଆବେଦନକୁ ମଧ୍ୟ ଅଗ୍ରାହ୍ୟ କରିଛନ୍ତି ସୁପ୍ରିମକୋର୍ଟ।  ଭିଭିପିଏଟି ସ୍ଲିପ୍ ସହ ଇଭିଏମ୍ ଜରିଆରେ ଦିଆଯାଇଥିବା ଭୋଟକୁ ଶତପ୍ରତିଶତ ଟାଲି କରିବା ପାଇଁ ହୋଇଥିବା ସମସ୍ତ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି।

Leave A Reply

Your email address will not be published.