ବର୍ଷା ପ୍ରଭାବରେ ଖସିଲା ତାପମାତ୍ରା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି।  ଅନ୍ୟ ସହରର ତାପମାତ୍ରା ୩୫ଡିଗ୍ରୀରୁ କମ୍‌ ରହିଛି । ଗୁରୁବାର ୧୮ଟି ସହରର ତାପମାତ୍ରା ୩୫ ଡିଗ୍ରୀ ବା ଏହାଠାରୁ ଅଧିକ ଥିଲା । ଶନିବାର ରାତିରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୨୪ ତାରିଖ ସକାଳ ସୁଦ୍ଧା ଉପକୂଳ ଓଡ଼ିଶା ସମେତ ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳରେ ହାଲୁକା ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍‌ ୨୫ ତାରିଖ ସକାଳ ସୁଦ୍ଧା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ବୌଦ୍ଧରେ ଘଡ଼ଘଡ଼ି ସହ ବର୍ଷା ହେବ।

ତାହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ‌ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ହାଲୁକା ବର୍ଷା ସହ କୋହଲା ପାଗ ଯୋଗୁଁ ରାଜ୍ୟର ସମସ୍ତ ସହରର ସର୍ବୋଚ୍ଚ ତାପମାତ୍ରା ହ୍ରାସ ପାଇଛି। ତିନି ଦିନ ହେଲା ତତଲା ସହର ପାଲଟିଥିବା ଭୁବନେଶ୍ବରର ସର୍ବୋଚ୍ଚ ତାପମାତ୍ରା ଆଜି ୩୨.୮ ଡିଗ୍ରିକୁ ଖସି ଆସିଛି। ପାରଳାଖେମୁଣ୍ଡିଠାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୫.୬ ଡିଗ୍ରି ରେକର୍ଡ ହୋଇଛି। ଦାରିଙ୍ଗବାଡ଼ି, ଚାନ୍ଦବାଲି ଓ କେନ୍ଦୁଝରଗଡ଼ ସମେତ ଅନ୍ୟ ସମସ୍ତ ସହରର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଉପରେ ରହିଥିଲା।

Leave A Reply

Your email address will not be published.