ନଭେମ୍ବର ଶେଷ ସୁଦ୍ଧା ମିଳିବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆଗାମୀ ଡିସେମ୍ବର ସୁଦ୍ଧା କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା। ଏଣେ  ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ତିନିଜଣିଆ କମିଟି ଗଠିତ ହୋଇଛି। ଏହି କମିଟି ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆଣିବେ। ସେ ଆହୁରି କହିଛନ୍ତି, ନଭେମ୍ବର ଶେ‌ଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ। ଏମାନଙ୍କୁ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ।

ସୂଚନାନୁଯାୟୀ, ଖୁବ୍‌ ଶୀଘ୍ର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଘୋଷଣା ହେବା ନେଇ ଅକ୍ଟୋବର ୩୦ ବୁଧବାରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଥିଲେ। ବାଦ୍‌ ପଡିଥିବା ସବୁ ଅଙ୍ଗନବାଡି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା। କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡିବେନି ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି।  ହିଳାମାନେ ସଶକ୍ତ ହେଲେ ଓଡ଼ିଶାର ବିକାଶ ହେବ। ମହିଳାଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟ ବିକାଶର ମୂଳମନ୍ତ୍ର। ଏହାକୁ ହୃଦୟଙ୍ଗମ କରି କେନ୍ଦ୍ର ସରକାର ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବେ ବୋଲି ଜନତା ମଇଦାନରେ ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।

Comments are closed.