ଆସନ୍ତା ମେ’ ୨୫ରେ ଓଡ଼ିଶାରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ମେ’ ୨୫ରେ ଓଡ଼ିଶାରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ ।  ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀପତ୍ର ଦାଖଲ ଶେଷ ହୋଇଥିବା ବେଳେ ଆଜିଠାରୁ ତୃତୀୟ ପର୍ଯ୍ୟାୟ ନାମାଙ୍କନ ଆରମ୍ଭ ହେବ । ସେହିପରି ଭାରତରେ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ ।

ଷଷ୍ଠ ପର୍ଯ୍ୟାୟରେ 7 ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ 57 ଲୋକସଭା ଆସନ ପାଇଁ ମତଦାନ ହେବ। ଆସନ୍ତା ମେ 6 ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । 7 ତାରିଖରେ ନାମାଙ୍କନ ଯାଞ୍ଚ କରାଯିବ । 9 ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯିବ । ଏନେଇ ନିର୍ବାଚନ ଆୟୋଗକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ।

ଏହି ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ଲକ୍ଷ ୪୧ହଜାର ୭୯୭ଜଣ ଭୋଟର ଥିବାବେଳେ ଏଥିରେ ୪୮,୨୬,୩୭୫ଜଣ ପୁରୁଷ ଏବଂ ୪୬,୧୪,୧୩୪ଜଣ ମହିଳା, ୧୨୮୮ଜଣ କିନ୍ନର ଭୋଟର ଅଛନ୍ତି। ଏହାସହ ଆଜି ପ୍ରକାଶ ପାଇଛି ଏହି ୬ଟି ଲୋକସଭା କ୍ଷେତ୍ରରେ ନିର୍ବାଚନ ସମୟ। କେନ୍ଦୁଝର,ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ଗ୍ରହଣ ହେବ। ସେହିପରି ସମ୍ବଲପୁର ଲୋକସଭା କ୍ଷେତ୍ରର କୁଚିଣ୍ଡା, ରେଢାଖୋଲରେ ସକାଳ ୭ଟାରୁ ୪ଟା ଯାଏ ଭୋଟିଂ ହେବ। ଦେଓଗଡ଼ରେ ସକାଳ ୭ଟାରୁ ଅପରାହ୍ଣ ୫ଟା ଯାଏଁ ଭୋଟ୍ ହେବ। ରେଙ୍ଗାଲି, ସମ୍ବଲପୁର, ଛେଣ୍ଡିପଦା, ଆଠମଲ୍ଲିକରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ଗ୍ରହଣ ଚାଲିବ।

Leave A Reply

Your email address will not be published.