ଆଜି ପୁଣି ଖୋଲାଯିବ ରତ୍ନଭଣ୍ଡାର; ଅପରାହ୍ନ ୧ଟାରୁ ସାଧାରଣ ଦର୍ଶନ ବନ୍ଦ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ। ରାଜ୍ୟ ସରକାରଙ୍କ ଏସଓପି ଅନୁସାରେ ଏହି ନିରୀକ୍ଷଣ ହେବ । ତେଣୁ ଆଜି ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଥିଲା । ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନର ୨୬ ଜଣିଆ ମିଳିତ ଟିମ୍ ସାମିଲ ହେବେ ।

ଏସଓପି ଅନୁସାରେ ରତ୍ନଭଣ୍ଡାର ଯାଞ୍ଚ ବେଳେ ଶ୍ରୀଜିଉଙ୍କ ନୀତିକାନ୍ତିରେ ଯେପରି ବ୍ୟାଘାତ ନଘଟେ, ସେଥିପାଇଁ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଅପରାହ୍ନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ସିଂହଦ୍ୱାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିବେ ।

ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଂଗ୍ ରୁମକୁ ସ୍ଥାନାନ୍ତରଣ କରାଯାଇଛି। ସେହିପରି ଖାଲି ଆଲମିରା ଓ ସିନ୍ଦୁକ ଗୁଡିକ ନୀଳାଦ୍ରି ମ୍ୟୁଜିୟମ ନିକଟକୁ ସ୍ଥାନାନ୍ତରିତ ହୋଇ ସାରିଛି ।ଏବେ ରତ୍ନଭଣ୍ଡାର ଖାଲି ଥିବା ବେଳେ ଏହାର ନୀରିକ୍ଷଣ କରିବେ ଏଏସ୍ଆଇ।

Leave A Reply

Your email address will not be published.