ବସ୍‌କୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ କେନାଭଟା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ବସ୍-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୬ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ,  ଗତକାଲି ବଳମ୍ବିତ ରାତିରେ ‘ଶ୍ରୀରାମ ଜି’ ନାମକ ଯାତୟୀବାହୀ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ବାଲେଶ୍ଵରରୁ ରାଉରକେଲା ଅଭିମୁଖେ ଯାଉଥିଲା। କେନାଭଟା ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ ବସ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୬ ଜଣ ଯାତ୍ରୀ ଆହତ ହୋଇଥିଲେ। ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହତ ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବୁଧବାର ଶ୍ରୀରାମ ଜି ନାମକ ଏକ ଘରୋଇ ବସ୍ ଯାତ୍ରୀଙ୍କୁ ନେଇ ବାଲେଶ୍ବରରୁ ରାଉରକେଲା ଅଭିମୁଖେ ଯାଉଥିଲା। କେନାଭଟା ନିକଟରେ ହଠାତ୍  ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୬ ଜଣ ଯାତ୍ରୀ ଆହତ ହୋଇଥିଲେ। ଦୁର୍ଘଟଣା ଘଟିବା ପରେ ବସ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାବେଳେ ପୁଲିସ୍  ଅଧିକ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.