ସତ ହେଉଛି ଖଡୀରତ୍ନ ପଞ୍ଜିକା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଚଳିତ ବର୍ଷ ଅକ୍ଟୋବର ମାସରେ ବାତ୍ୟା ହେବା ନେଇ ଅସଲି ଖଡ଼ିରତ୍ନ ପଞ୍ଜିକାରେ ଗଣନା କରାଯାଇଥିଲା। ଯାହା ଏବେ ସତ ହେବାକୁ ଯାଉଛି। ବାତ୍ୟା କେଉଁ ତାରିଖରେ ହେବ ଓ କେଉଁ କେଉଁ ଅଞ୍ଚଳ ପ୍ରଭାବିତ ହେବ ତାହା ମଧ୍ୟ ପଞ୍ଜିକାରେ ଗଣନା କରାଯାଇଥିଲା। ଅସଲି ଖଡ଼ିରତ୍ନ ପଞ୍ଜିକାରେ  ୧୯୬ ପୃଷ୍ଠାରେ ଏହା ଉଲ୍ଲେଖ ରହିଥିଲା।

ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ସୂଚନା ମୁତାବକ,  ଅକ୍ଟୋବର ୧୭ରୁ ୨୩ ଓ ୨୬ରୁ ୩୦ ତାରିଖ ମଧ୍ୟରେ ବାତ୍ୟା ନେଇ ପଞ୍ଜିକାରେ ଗଣନା ହୋଇଥିଲା। ଅସଲି ଖଡୀରତ୍ନ ପଞ୍ଜିକାର ବର୍ଷକ ମଧ୍ୟରେ ରାଜ୍ୟର ଫଳ କଣ ହେବ ଏବଂ ରାଷ୍ଟ୍ରର ଫଳ କଣ ହେବ ବୋଲି ଉଲ୍ଲେଖ କରାଯାଇଥାଏ।

ରାଜ୍ୟର ଉପକୂଳ ଅଞ୍ଚଳ ପୁରୀ, କଟକ, ଗୋପାଳପୁର, କୋଣାର୍କ, ଅସ୍ତରଙ୍ଗ, ଯାଜପୁର, ଭୁବନେଶ୍ବର, ନୟାଗଡ, କାକଟପୁର, ନିଆଳି ଆଦି ସ୍ଥାନରେ ଚଳିତ ମାସରେ ଘୂର୍ଣ୍ଣିବାତ୍ୟା ହେବା ନେଇ ପଞ୍ଜିକାରେ ଲେଖାଯାଇଛି। ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ବାତ୍ୟାର ରୂପ ନେବ। ଏହାପରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ସକାଳେ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।

Leave A Reply

Your email address will not be published.