ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବନ୍ଦ ହେଲା ହୀରାକୁଦର ୨ଟି ଗେଟ୍ । ଏବେ ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବରେ ୧୨ ଓ ଦକ୍ଷିଣ ପାର୍ଶ୍ବର ୬ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ହୀରାକୁଦର ଦୁଇଟି ଗେଟ୍ ବନ୍ଦ ହେବା ଦ୍ୱାରା କଟକ ମୁଣ୍ଡଳୀ ଠାରେ ମହାନଦୀର ଜଳସ୍ତର ହ୍ରାସ ପାଉଥିବା ଜଣାଯାଇଛି।
ସୂଚନା ଅନୁସାରେ, ଗତକାଲି ରାତିରୁ ମୁଣ୍ଡଳୀ ଠାରେ ଜଳସ୍ତର କମିବାରେ ଲାଗିଛି। ଗତକାଲି ରାତି ୧୨ଟା ସମୟରେ ସର୍ବାଧିକ ୪ ଲକ୍ଷ ୮୫ ହଜାର ୪୩୦ କ୍ୟୁସେକ ଜଳ ମୁଣ୍ଡଳୀରେ ପ୍ରବାହିତ ହୋଇଥିଲା। ରବିବାର ସକାଳ ସାଢ଼େ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ପରମ୍ପରା ଅନୁଯାୟୀ ସବୁ ବର୍ଷ ଭଳି ଏବର୍ଷ ମଧ୍ୟ ପ୍ରଥମେ ବାମ ପାର୍ଶ୍ବର ୭ ନମ୍ବର ଗେଟ୍ ଖୋଲାଯାଇଥିଲା।
ତାପରେ ତାକୁ ମିଶାଇ ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା। ତାପରେ ବାମ ପାର୍ଶ୍ବର ୯ଟି ଓ ଡାହାଣ ପାର୍ଶ୍ବର ୪ଟି ଗେଟ୍ ଖୋଲାଯାଇଛି। ରବିବାର ସନ୍ଧ୍ୟା ସୁଦ୍ଧା ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ସୁଶୀଲ ବେହେରା ସୂଚନା ଦେଇଥିଲେ।
Comments are closed.