ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଘୋଷଣା ପରେ ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଆସନ୍ତା ମାସ ୧୮ ତାରିଖରେ ଦେଶରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ତେବେ ଏହି ପରିପ୍ରେକ୍ଷୀରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅଗଷ୍ଟ ୬ ରେ ଅନୁଷ୍ଠିତ ହେବ। ବର୍ତ୍ତମାନର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ୟ୍ୟକାଳ ଅଗଷ୍ଟ ୧୧ ରେ ଶେଷ ହେବ । ତେଣୁ ଏବେ ପରବର୍ତ୍ତୀ ଉପରାଷ୍ଟ୍ରପତିଙ୍କ ଚୟନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।