ବଢୁଛି ଜଳସ୍ତର, ହୀରାକୁଦ ଖୋଲିଲା ଆଉ ୬ ଗେଟ୍

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ହୀରାକୁଦରେ ବଢିଛି ଜଳସ୍ତର। ଆଜି ଆଉ ୬ଟି ଗେଟ୍‌‌ ଖୋଲାଯାଇଛି। ବର୍ତ୍ତମାନ ମୋଟ ୧୪ଟି ଗେଟ୍‌‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଏହି ଦୃଷ୍ଟିରୁ ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲା ଯାଇଛି | ଗତକାଲି ପର୍ଯ୍ୟନ୍ତ ୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା ।

ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୨ଲକ୍ଷ ୬୧ ହଜାର ୭୬୬ କ୍ୟୁସେକ୍ ଜଳ ପ୍ରବେଶ କରୁଥିବାବେଳେ ୧ ଲକ୍ଷ ୫୭ ହଜାର ୪୪୮କ୍ୟୁସେକ ଜଳ ନିଷ୍କାସିତ ହେଉଛି। ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇ ୬୧୧.୬୭ ଫୁଟରେ ପହଞ୍ଚିଛି । ସେପଟେ  ଗେଟ୍ ଖୋଲାଯିବା ଫଳରେ ତଳିଆ ଅଂଚଳରେ ବନ୍ୟା ଆଶଙ୍କା ବଢ଼ିଯାଇଛି।  ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ କରାଇଛନ୍ତି।

ପାଣି ପଶିଥିବା ରାସ୍ତା ଓ ପୋଲ ଉପରେ ଯାତାୟାତ ନ କରିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି। କଟକର ମୁଣ୍ଡଳୀଠାରେ ୫.୭୮ ଲକ୍ଷ୍ୟ କ୍ୟୁସେକ ବନ୍ୟାଜଳ ନିଷ୍କାସିତ ହେଉଛି। ମହାନଦୀ ଅବବାହିକାରେ ଥିବା ୧୦ଟି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ସେସବୁ ଜିଲ୍ଲା ଗୁଡିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ, ଅନୁକୁଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା। ବିଶେଷ କରି ଏହି ସବୁ ଜିଲାର ତଳିଆ ଅଞ୍ଚଳରେ ରହୁଥିବା ଲୋକମାନେ ସତର୍କ ରହିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.