ଲଘୁଚାପ ପ୍ରଭାବରେ ରାଜ୍ୟରେ ସ୍ୱେପେମ୍ବର ୧ରୁ ବର୍ଷ ଜାରି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତିରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୫ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହି ଜିଲ୍ଲା ଗୁଡ଼ିକ ହେଲା ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରି । ସେହିଭଳି ଅନ୍ୟ ୫ ଜିଲ୍ଲା ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡ଼ାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜି ବି କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିପରି ୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୧ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.