ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି | ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ଅନ୍ତର୍ଗତ ଅଡଙ୍ଗବଜାରରେ ଥିବା ଦୁଇଟି ଅଳଙ୍କାର ଦୋକାନରୁ ଗତକାଲି ବିଲମ୍ବିର ରାତିରେ ଚୋରି ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଥିବା ଜଣାଯାଇଛି।

ଅଭିଯୋଗ ପାଇ ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ସୂଚନା ଅନୁସାରେ ଲିଙ୍ଗପଡା ଗ୍ରାମର ଲମ୍ବୋଦର ରଣା ଏବଂ ତୁଣ୍ଡପଡା ଗ୍ରାମର ଅଜୟ ରଣା ଦୀର୍ଘବର୍ଷ ହେବ ଅଡଙ୍ଗବଜାରରେ ଅଳଙ୍କାର ଦୋକାନ କରିଥିଲେ। ପ୍ରତିଦିନ ଭଳି ଗତକାଲି ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ।

ଆଜି ସକାଳେ ଦୋକାନ ଖୋଲିବାକୁ ଆସିବା ପରେ ଦୋକାନରୁ ଚୋରି ହୋଇଥିବା ଜାଣିବାକୁ ପାଇଥିଲେ। ଦୋକାନର କବାଟ ଓ ଚାବି ଭଙ୍ଗାଯିବା ସହିତ ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଥିବା ଜାଣିପାରି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ସୋର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

Leave A Reply

Your email address will not be published.