ବିଧାନସଭାରେ ଚାଲିଛି ଶୂନ୍ୟ କାଳ, ୨୦୨୪ ସୁଦ୍ଧା ସବୁ ଗାଁକୁ ପାଇପ ଯୋଗେ ପାନୀୟ ଜଳ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଧାନସଭାରେ ଚାଲିଛି ଶୂନ୍ୟ କାଳ | ଗୃହକାର୍ଯ୍ୟ ଆରମ୍ଭ ସହ ସୁରୁଖୁରରେ ଚାଲିଛି ପ୍ରଶ୍ନକାଳ। ଗୃହରେ ସରଗରମ ଆଲୋଚନା ଚାଲିଛି । ବିଭିନ୍ନ ସଦସ୍ୟଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ରାଜ୍ୟର ସମସ୍ତ ଗାଁକୁ ୨୦୨୪ ଶେଷ ସୁଦ୍ଧା ପାଇପ ଯୋଗେ ପିଇବା ପାଣି ଯୋଗାଇବାକୁ ଲକ୍ଷ୍ୟ ରହିଛି । ତେବେ ଯେଉଁଠି ଉତ୍ସ କି ଜମି ସମସ୍ୟା ରହିଛି । ସେଠି ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ଯ୍ୟ ସରିବ । ମାର୍ଚ୍ଚ ୨୦୨୩ ସୁଦ୍ଧା, ୫୮% ଗାଁରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ଦିଆଯାଇଛି । ଗୃହର ସଦସ୍ୟଙ୍କ ପ୍ରଶ୍ନର ଉତ୍ତରରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି ।

ମାର୍ଚ୍ଚ ୨୦୨୩ ସୁଦ୍ଧା, ୫୮% ଗାଁରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ଦିଆଯାଇଛି । ଯେଉଁଠି ପାଇପ ନାହିଁ କି କାମ ଜାରି ରହିଛି, ସେଠାରେ ଜିଲ୍ଲାପାଳ, ପିଡି ଡିଆରଡିଏ ଓ ନିର୍ବାହୀ ଯନ୍ତ୍ରୀଙ୍କୁ ନୂଆ ଟ୍ୟୁବୱେଲ ଯୋଗାଇବାକୁ ନିର୍ଦେଶ ଦିଆଯାଇଛି। ନୂଆ ଜନଵସତିରେ ଅତିରିକ୍ତ ଟ୍ୟୁବୱେଲ ଲଗାଯିବ। ଯେଉଁଠି ୭୦ ଲୋକଙ୍କ ଜନସଂଖ୍ୟା ଅଛି, ସେଠାରେ ବି ନୂଆ ଟ୍ୟୁବୱେଲ ଲଗାଇବାକୁ ନିର୍ଦେଶ ଦିଆଯାଇଛି ।

ଜିଲ୍ଲାପାଳ କି ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଯାଞ୍ଚ ରିପୋର୍ଟ ଆଧାରରେ ନୂଆ ଟ୍ୟୁବଓ୍ୱେଲ୍ ଲଗାଯିବ. ହେଲେ ଯେଉଁଠି ଘରୋଇ ଟ୍ୟୁବଓ୍ୱେଲ୍ କି ପାଇପ ଅଛି, ସେଠାରେ ଟ୍ୟୁବଓ୍ୱେଲ୍ ଲଗାଯିବାର କୌଣସି ଯୋଜନା ନାହିଁ । ପାନୀୟ ଜଳ ସମସ୍ୟା ଥିଲେ, ୧୯୧୬ ହେଲ୍ପଲାଇନ ନମ୍ବର ଯୋଗେ ପ୍ରଶାସନକୁ ଜଣାଇବାର ବ୍ୟବସ୍ଥା ରହିଛି ।ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୩୩୦୦୦ କୋଟି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ରାଜ୍ୟ ସରକାର ହାତକୁ ନେଇଛନ୍ତି । ଏଥିରୁ ୧୬ଟି କାମ ସରିଛି । ୧୯୮ ପ୍ରକଳ୍ପର କାର୍ଯ୍ୟ ଚାଲିଛି । ୨୫ଟି ପ୍ରକଳ୍ପ କାର୍ଯ୍ୟ ମାର୍ଚ୍ଚ ୨୦୨୪ସୁଦ୍ଧା ସରିବ । ଅବଶିଷ୍ଟ ପ୍ରକଳ୍ପ କାର୍ଯ୍ୟ ଡିସେମ୍ବର ୨୦୨୫ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି ।

 

Leave A Reply

Your email address will not be published.