ଓଡିଶାରେ ପଡିପାରେ ପଶ୍ଚିମା ଝଡ଼ର ପ୍ରଭାବ, ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା। ଓଡିଶାରେ ପଡିପାରେ ପଶ୍ଚିମା ଝଡ଼ର ପ୍ରଭାବ। ବିଶେଷକରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏହାସହ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ । କିଛି ସ୍ଥାନରେ କୁଆପଥର ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କିଛି ଅଞ୍ଚଳରେ କୁଆପଥର ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

୨୬ ତାରିଖ ଆସନ୍ତାକାଲି କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳା, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଛି । ସେହିଭଳି ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି । କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ସୁନ୍ଦରଗଡ଼, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟରେ ବଜ୍ରପାତ ଆଶଙ୍କା ରହିଛି ।

 

୨୭ ତାରିଖରେ କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।୨୮ ଓ ୨୯ ତାରିଖରେ ଉପକୂଳ ଓଡ଼ିଶା ସହ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ସହ ବଜ୍ରପାତ ନେଇ ଆକଳନ କରିଛି ପାଣିପାଗ ବିଭାଗ । ୩୦ ତାରିଖ ବେଳକୁ ଆଉ ଏକ ପଶ୍ଚିମା ଝଡ଼ ସୃଷ୍ଟି ହେବାକୁ ଥିବା ବେଳେ ଏହାର ପ୍ରଭାବ ଉତ୍ତରପଶ୍ଚିମ ଭାରତ ଉପରେ ରହିବ ।

Leave A Reply

Your email address will not be published.