ଘଡଘଡି ସହ ବର୍ଷା ଆଶଙ୍କା ୮ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

0

୦୩/୦୧/୨୦୨୦:(ଓଡ଼ିଆନ୍ୟୁଜ ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ରାଜ୍ୟର ୮ ଜିଲ୍ଲାକୁ ସତର୍କ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ ବିଭାଗର ସଦ୍ୟ ପ୍ରକାଶିତ ବୁଲେଟିନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବରଗଡ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

ବର୍ଷା କମିବା ପରେ ପୁଣି ଥରେ ଆସନ୍ତା ୫ ତାରିଖ ରୁ ଥଣ୍ଡା ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.