ଆସନ୍ତା ୨୪ଘଣ୍ଟାରେ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

0

ଓଡିଆ ନ୍ୟୁଜ୍ (ବ୍ୟୁରୋ) : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଆଜି ପରି ଆସନ୍ତାକାଲି ମଧ୍ୟ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୪ ଘଣ୍ଟା ଭିତରେ ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବରଗଡ଼, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଆଜି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ବଲାଙ୍ଗିର, ବୌଦ୍ଧ, ଖୋର୍ଦ୍ଧା, ଢେଙ୍କାନାଳ, ଭଦ୍ରକ, ମୟୂରଭଞ୍ଜ, ଅନୁଗୋଳ, କେନ୍ଦୁଝର, ସମ୍ୱଲପୁର, ବରଗଡ଼, ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ପ୍ରବଳ ‍ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।
ତେବେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.