୯ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ୍: ରାଜ୍ୟର ୯ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, କୋରାପୁଟ, ରାୟଗଡ଼ା ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ ।

କିନ୍ତୁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ବୌଦ୍ଧରେ ଦିନ ତାପମାତ୍ରା ୪୦ ଡିଗ୍ରୀ ବା ଏହା ପାଖାପାଖି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  ୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୧ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଞ୍ଜାମ ଓ ଗଜପତିରେ ସ୍ୱଳ୍ପ ବର୍ଷା ହୋଇପାରେ ।

Leave A Reply

Your email address will not be published.