ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଆଶ୍ବସ୍ତି ଆଣିବ ତାତି। ଆଜି କଳାବୈଶାଖୀ ବର୍ଷା ନେଇ ଆଲର୍ଟ।ରାଜ୍ୟରେ ତାତି କମିଛି । ଆଗକୁ ଆହୁରି କମିବ । କିନ୍ତୁ ଗରମ ଓ ଗୁଳୁଗୁଳି ଜାରି ରହିପାରେ । ପଶ୍ଚିମ ଓଡ଼ିଶାରେ ତାତିରୁ ତ୍ରାହି ମିଳିବା ଆଶା କମ୍ । ତେବେ କାଳବୈଶାଖୀ ପ୍ରଭାବରେ ବହୁ ସ୍ଥାନରେ ବର୍ଷା ହୋଇପାରେ ।
ଆଜି ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏଥିପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।୩୧ ତାରିଖ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪ ତାରିଖ ଯାଏ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇପାରେ ।