ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ୧୫ରୁ ରାଜ୍ୟରେ ପାଣିପାଗର ହେବ ପରିବର୍ତ୍ତନ। ରାଜ୍ୟରେ ଆସନ୍ତା ୧୫ ତାରିଖରୁ ଏହାର ପ୍ରଭାବ ପଡ଼ିବ ବୋଲି ଆକଳନ କରାଯାଉଛି। ଏଥିଯୋଗୁ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପଶ୍ଚିମା ଝଡ଼ ଆସିଲେ ରାଜ୍ୟ ବାସୀଙ୍କୁ ତାତିରୁ ଆଶ୍ୱସ୍ତି ମିଳିବ।
୧୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।