ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷା ଫଳ

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ। ଏଥିସହ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ । www. orissaresults.nic.in ଓ ସାମ୍‌ସ ଇ-ସ୍ପେସ୍‌ରେ ଅପରାହ୍ନ ୪ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

ମେ ୩୧ରେ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ସୂଚନା ଯୋଗ୍ୟ, ମାର୍ଚ୍ଚ ୧ତାରିଖରୁ ଏପ୍ରିଲ୍‌ ୫ ତାରିଖ ପର୍ୟ୍ୟନ୍ତ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ୬୫ଟି ଅଫଲାଇନ୍‌ କେନ୍ଦ୍ର ଏବଂ ୩୯ଟି ଅନ୍‌ଲାଇନ୍‌ କେନ୍ଦ୍ରରେ ଖାତା ଦେଖା ହୋଇଥିଲା ।

କଳାରେ ୨ଲକ୍ଷ ୧୯ ହଜାର ୧୧୦ଜଣ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଗତ ୩୧ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଛି । ବିଜ୍ଞାନର ପାସ୍‌ ହାର ୮୪.୯୩ ପ୍ରତିଶତ ଥିବା ବେଳେ ବାଣିଜ୍ୟରେ ପାସ୍‌ ହାର୍‌ ୮୧.୧୨ ପ୍ରତିଶତ ରହିଛି ।

ଯାହା ଗତ ବର୍ଷର ପାସ୍‌ ହାରଠୁ କମ୍‌ ରହିଛି । ତେବେ କଳା ରେଜଲ୍ଟ କଣ ହୋଇଛି ତାକୁ ନେଇ ଛାତ୍ରଛାତ୍ରୀମାନେ ଚିନ୍ତାରେ ଅଛନ୍ତି ।

Leave A Reply

Your email address will not be published.