ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ସାମୁଦ୍ରିକ ଝଡ଼ ‘ଦାନା’ ପ୍ରଭାବରେ ଉପକୂଳ ଓଡ଼ିଶାର ୩ଟି ଜିଲା ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଝଡ଼ ଯୋଗୁଁ ଗଛ ଓ ବିଜୁଳି ଭିତ୍ତିଭୂମି ବ୍ୟାପକ ନଷ୍ଟ ହୋଇଛି। ବାଲେଶ୍ବର ଜିଲାର ଅଧା ଅଞ୍ଚଳ ଅନ୍ଧାରରେ ରହିଛି। ପଡୋଶୀ ଭଦ୍ରକ ଜିଲା ସହ ସଂଲଗ୍ନ ବାଲେଶ୍ବର ଜିଲାର ୬ଟି ବ୍ଲକ୍‌ରେ ବ୍ୟାପକ ବିଜୁଳି ଭିତ୍ତିଭୂମି ଉଜୁଡ଼ି ଯାଇଛି। ତେବେ ଆଜି ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ । ଗତକାଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ଦାନା ପରବର୍ତ୍ତୀ ସ୍ଥିତି ମୁକାବିଲା ସମୀକ୍ଷା ବୈଠକ କରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରଭାବିତ ଅଞ୍ଚଳରେ ଆଶ୍ରୟସ୍ଥଳୀରେ ଆଉ ୭ ଦିନ ରହିପାରିବେ ଲୋକେ । ଗତକାଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ଦାନା ପରବର୍ତ୍ତୀ ସ୍ଥିତି ମୁକାବିଲା ସମୀକ୍ଷା ବୈଠକ କରିଥିଲେ ମୁଖ୍ୟମନ୍ତ୍ରୀ।

ପ୍ରଭାବିତ ଅଞ୍ଚଳରେ ଆଶ୍ରୟ ସ୍ଥଳୀରେ ଆଉ ୭ ଦିନ ରହିପାରିବେ ଲୋକେ। ପ୍ରଭାବିତ ଅଞ୍ଚଳରେ ଏବେ ପାଣି ଜମିଛି, ଘର ଭାଙ୍ଗିଛି, ତେଣୁ ଲୋକେ ଆଶ୍ରୟସ୍ଥଳୀରେ ରହିପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବନ୍ୟା କ୍ଷୟକ୍ଷତିର ପ୍ରାଥମିକ ଆକଳନ ଲାଗି ନିର୍ଦ୍ଦେଶ ଦିଆଯାଇଛି । ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଘର ଭଙ୍ଗା ଆକଳନ କରିବେ ରାଜସ୍ୱ ବିଭାଗ ଅଧିକାରୀ । ଅନ୍ୟ କ୍ଷୟକ୍ଷତିର ଆକଳନ କରିବେ କୃଷି, ସମବାୟ ଓ ପରିସଂଖ୍ୟାନ ବିଭାଗ । ସ୍ୱଳ୍ପ ଭାଙ୍ଗିଥିବା ଘରର ତୁରନ୍ତ ମରାମତି କରାଯିବ । ସମ୍ପୂର୍ଣ୍ଣ ଭାଙ୍ଗିଥିବା ପରିବାରକୁ ପକ୍କା ଘର ଦେବା ପାଇଁ ନିଷ୍ପତ୍ତି ହୋଇଛି ।

Leave A Reply

Your email address will not be published.