ଆଜି ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ। ଏଥିସହ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡ଼ିଆଙ୍କୁ କାଉଁରିଆ କାଠି ଜାଳିବେ। ଏଥିସହ ଓଡିଶାର ଅନେକ ସ୍ଥାନରେ ମଧ୍ୟ ଆଜି ଦୀପାବଳି ପାଳନ କରାଯିବ । ସକାଳୁ ସକାଳୁ ପୁରୀ ବଡଦାଣ୍ଡରେ ପୟାଶ୍ରାଦ୍ଧ, ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ ।

ଶ୍ରୀଜିଉଙ୍କ ଦର୍ଶନ ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳି ବଡବଡୁଆ ଡାକିଛନ୍ତି ଶ୍ରଦ୍ଧାଳୁ । ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଏବଂ ଜ୍ୟୋତିର୍ବିଦମାନେ ପାଞ୍ଜି ଅନୁଯାୟୀ ଅକ୍ଟୋବର ୩୧ତାରିଖ ରାତିରେ କାଳୀପୂଜା ଓ ନଭେମ୍ବର ୧ରେ ପୟାଶ୍ରାଦ୍ଧ କରିବା ପାଇଁ ପରାମର୍ଶ ଦେଇଥିଲେ।। ପାଞ୍ଜି ଗଣନାଙ୍କ ମତ ଅନୁସାରେ ପ୍ରତ୍ୟୁଷ ଓ ପ୍ରଦୋଷ ସମୟକୁ ଭିତ୍ତି କରି ଅମାବାସ୍ୟା ଗଣନା ହୋଇଥାଏ। ତେଣୁ ୧ତାରିଖରେ ଶ୍ରାଦ୍ଧ କରିବାକୁ ଗବେଷକ ଓ ଜ୍ୟୋତିର୍ବିଦ ପରାମର୍ଶ ଦେଇଛନ୍ତି। ତେବେ ଏପରି ସମସ୍ୟା କିଛିବର୍ଷ ହେବ ଦେଖିବାକୁ ମିଳୁଛି।

ପ୍ରତ୍ୟେକ ବର୍ଷ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଭୁଲ ଓ ତ୍ରୁଟିବିହୀନ ପାଞ୍ଜି ପ୍ରସ୍ତୁତ ପାଇଁ ପାଞ୍ଜୀ ସମୀକ୍ଷା ବୈଠକ ବସିଥାଏ। ଏହା ସତ୍ତ୍ୱେ ପାଞ୍ଜି ଗଣନାରେ ତ୍ରୁଟି ଓ ଦ୍ୱନ୍ଦ୍ୱ ରହୁଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ବ୍ୟକ୍ତ କରାଯାଇଛି। ନିର୍ଭୁଲ ଓ ତ୍ରୁଟିବିହୀନ ପାଞ୍ଜି ପ୍ରସ୍ତୁତ ପାଇଁ ପୂଜାପଣ୍ଡା ନିଯୋଗ ପକ୍ଷରୁ ଦାବି କରାଯାଇଛି। ତେବେ ଦୀପାବଳୀ ତିଥୀକୁ ନେଇ ଦେଖାଦେଇଥିବା ଦ୍ଵନ୍ଦ କାରଣରୁ ଗତକାଲି ଅନେକ ସ୍ଥାନରେ ବଡବଡୁଆ ଡାକ ଏବଂ ପୟାଶ୍ରାଦ୍ଧ ଦିଆଯାଇଛି । ସେହିପରି ଅନେକ ସ୍ଥାନରେ ଆଜି ବଡବଡୁଆ ଡକାଯିବ ।

Leave A Reply

Your email address will not be published.