ଆଜି ଦେବସ୍ନାନ ପୂର୍ଣ୍ଣମୀ; ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଦେବସ୍ନାନ ପୂର୍ଣ୍ଣିମା । ସଜେଇ ହୋଇଛି ସ୍ନାନବେଦୀ । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଆରମ୍ଭ ହୋଇସାରିଛି ବ୍ୟାପକ ପ୍ରସ୍ତୁତି । ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ପ୍ରଥମେ ଧାଡ଼ି ପହଣ୍ଡିରେ ଆସି ସ୍ନାବେଦିରେ ବିରାଜିଲେ ବଡ଼ଠାକୁର ।

ହଲି ଦୋହଲି ଟାହିଆ ହଲାଇ ରତ୍ନବେଦିରୁ ଆସି ସ୍ନାନବେଦିରେ ବିରାଜିଲେ ବଡ଼ଠାକୁର । ବଡ଼ଠାକୁରଙ୍କ ପଛେପଛେ ପହଣ୍ଡିରେ ଆସି ରତ୍ନବେଦିରେ ବସିଛନ୍ତି ମହାପ୍ରଭୁ ଜଗନ୍ନାଥ। ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ମଧ୍ୟାହ୍ନ ୧୨ଟା ୨୦ରେ ଜଳ ବିଜେ ନୀତି କରାଯିବ। ଅପରାହ୍ନ ୩ଟାରେ ଛେରା ପହଁରା ପରେ ୩ଟା ୪୦ରୁ ହାତୀବେଶ ଆରମ୍ଭ ହେବ। ସନ୍ଧ୍ୟା ୭ଟା ୩୦ରୁ ରାତି ୧୦ଟା ୩୦ ଯାଏଁ ସାହାଣ ମେଲା ଦର୍ଶନ ପାଇଁ ସମୟ ଧାର୍ଯ୍ୟ ହୋଇଛି।

୧୦.୫୫ରେ ସୂର୍ଯ୍ୟପୂଜା, ୧୧.୧୦ରେ ଦ୍ୱାରପାଳ ପୂଜା, ୧୧.୨୫ରେ ବେଶ ଶେଷ ନୀତି କରାଯିବ । ଭକ୍ତମାନେ ବ୍ୟାରିକେଡରେ ସିଂହଦ୍ୱାର ଦେଇ ସ୍ନାନବେଦୀରେ ହାତୀବେଶ ଦର୍ଶନ କରିପାରିବେ। ପରେ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶକୁ ଭକ୍ତମାନେ ବଡଦାଣ୍ଡ ସମେତ ସ୍ନାନମଣ୍ଡପର ଅତି ନିକଟରୁ ଦର୍ଶନ କରିବାର ସୁଯୋଗ ପାଇବେ । ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ମାର୍କେଟ ଛକରୁ ମିରିଚିକୋଟ ଛକ ଓ ମରିଚିକୋଟ ଛକରୁ ଶ୍ରୀନଅର ଯାଏଁ ସ୍ୱତନ୍ତ୍ର ବ୍ୟାରିକେଡ ହୋଇଛି ।

Leave A Reply

Your email address will not be published.