ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):   ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ ।  ପ୍ରତିବର୍ଷ ମେ ୧ ରେ ଏହି ଶ୍ରମିକ ଦିବସ ପାଳିତ ହେଉଛି । ପ୍ରତି ଶ୍ରମିକ ମାନଙ୍କୁ ସମ୍ମାନୀତ କରିବା ସହ ସେମାନଙ୍କ କାମକୁ ସମ୍ମାନ ଦେଇ ଏହି ଶ୍ରମିକ ଦିବସ ପାଳିତ ହେଉଛି ।

ଏହା ଯେ କେବଳ ଶ୍ରମିକ ମାନଙ୍କ ପ୍ରତି ସମ୍ମାନର ବିଷୟ ତା ନୁହେଁ ସେମାନଙ୍କର ଅଧିକାର ପ୍ରତି ଗୁରୁତ୍ୱ ଦେବା ଦରକାର । ୮ ଘଣ୍ଟା କାର୍ଯ୍ୟ ସମୟ ଦାବିରୁ ଜନ୍ମ ନେଇଥିଲା ବିଶ୍ୱ ଶ୍ରମିକ ଦିବସ । ୧୮୮୬ ମସିହାରେ ଆମେରିକାରେ ପ୍ରଥମେ ଶ୍ରମିକଙ୍କ ପାଇଁ କାମ କରିବା ସମୟ ନିର୍ଦ୍ଧାରିତ ହୋଇଥିଲା । ୧୮୮୬ ମସିହା ମେ’ ୧ ତାରିଖରେ ଆମେରିକାର ପାଖାପାଖି ୩ ଲକ୍ଷ ୮୦ ହଜାର ଶ୍ରମିକ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ । ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ପୋଲିସ ଆଖିବୁଜା ଗୁଳିମାଡ କରିଥିଲା ।

ଏଥିରେ ଅନେକ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ଏହାର ୩ ବର୍ଷ ପରେ ୧୮୮୯ ମସିହାରେ ପ୍ୟାରିସ ଠାରେ ଅନ୍ତଃରାଷ୍ଟ୍ରୀୟ ସମାଜବାଦୀ ସମ୍ମେଳନ ହୋଇଥିଲା । ଏହି ସମ୍ମିଳନୀରେ ଶ୍ରମିକମାନେ ଦିନକୁ ୮ ଘଣ୍ଟା କାମ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଏଥିସହ ମେ’ ୧କୁ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ କରାଯିବା ପ୍ରସ୍ତାବ ମଧ୍ୟ ପାରିତ ହୋଇଥିଲା । ଏହାପରଠୁ ସାରା ବିଶ୍ବରେ ମେ ୧କୁ ଶ୍ରମିକ ଦିବସ ଭାବେ ପାଳନ କରାଯାଉଛି ।

Leave A Reply

Your email address will not be published.