ଆଜି ରସଗୋଲା ଦିବସ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ରାଜ୍ୟ ପାଳୁଛୁ ୧୦ମ ରସ ଗୋଲା ଦିବସ। ପ୍ରତିବର୍ଷ ଭଳି ଏବର୍ଷ ମହାପ୍ରଭୁଙ୍କ ନୀଳାଦ୍ରିବିଜେ ଅବସରରେ ପାଳନ ହେଉଛି ରସଗୋଲା ଦିବସ। ରସଗୋଲା ହେଉଛି ମିଠାମାନଙ୍କ ରାଜା।  ଶ୍ରୀମନ୍ଦିର ପରମ୍ପରା ସହିତ ଜଡିତ ରହିଛି ଏହି ରସଗୋଲା । ନୀଳାଦ୍ରି ବିଜେରେ ମାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଥାନ୍ତି ମହାପ୍ରଭୁ । ଏହି ପରମ୍ପରା ଅନୁଯାୟୀ ଓଡ଼ିଶାର ରସଗୋଲାକୁ ପ୍ରଚାର ପ୍ରସାର କରିବା ପାଇଁ ଆଜିର ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି ।

ମହାପ୍ରଭୁଙ୍କ ମାନବୀୟ ଲୀଳାରେ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲାର ସମ୍ପୃକ୍ତି ଶେଷରେ ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତାର ଅନ୍ୟତମ ପ୍ରମୁଖ ଆଧାର ପାଲଟିଥିଲା । ତେବେ ରସଗୋଲାକୁ ନେଇ ଓଡି଼ଶା ଓ ପଶ୍ଚିମବଙ୍ଗ ମଧ୍ୟରେ ବିବାଦ ଲାଗିଥିଲା । ହେଲେ ଓଡ଼ିଶାରେ ଦ୍ୱାଦଶ ଶତାବ୍ଦୀରୁ ଶ୍ରୀମନ୍ଦିରରେ ରସଗୋଲା ଭୋଗ ଲାଗି ହୋଇଆସୁଛି । ତେଣୁ ରସଗୋଲାର ଆରମ୍ଭ ଓଡିଶାରୁ ବୋଲି ଜଣାପଡିବା ପରେ ୨୦୧୬ ଜୁଲାଇ ୧୭ରୁ ରସଗୋଲା ଦିବସ ପାଳନ କରାଯାଉଛି ।ଏହି ଦିନକୁ ପାଳନ ପାଇଁ ୨୦୧୫ ମସିହା ଜୁଲାଇ ୩୦ ତାରିଖ ନିଳାଦ୍ରୀ ବିଜେ ଦିନ ସୋଶାଲ ମିଡିଆରେ କ୍ୟାମ୍ପେନ୍ ଆରମ୍ଭ ହୋଇଥିଲା।

ଏହାପରେ ୨୦୧୬ ମସିହାରୁ ପାଳିତ ହୋଇ ଆସୁଛି ରସଗୋଲା ଦିବସ। ରସଗୋଲା କାହାର ନେଇ ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ଆରମ୍ଭ ହୋଇଥିଲା ମିଠା ଯୁଦ୍ଧ। ଓଡ଼ିଶା ପକ୍ଷରୁ ତଥ୍ୟ ପ୍ରମାଣ ସହ ରସଗୋଲାର ଉତ୍ପତ୍ତି ଓଡ଼ିଶାରୁ ବୋଲି ସ୍ପଷ୍ଟ କରାଯାଇଥିଲା। ଶେଷରେ ସବୁ ପ୍ରତୀକ୍ଷାର ଅନ୍ତ ଘଟିଥିଲା।୨୦୧୯ ଜୁଲାଇ ୨୯ ତାରିଖରେ ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିଥିଲା।

Leave A Reply

Your email address will not be published.