ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ ।  ପୁରୀର ଶ୍ରୀ ଲୋକନାଥ ଦେବଙ୍କ ପୀଠରେ ଆଜି ଦିନର ବିଶେଷ ମହତ୍ୱ ରହିଛି। ବିଶ୍ୱନିୟନ୍ତା ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ବିଳମ୍ୱିତ ରାତିରୁ ଦ୍ୱାରଫିଟା ପରେ ବିଭିନ୍ନ ନୀତି କାନ୍ତି ବଢ଼ି ପଙ୍କ ଉଦ୍ଧାର ଓ ମାଘ ସ୍ନାନ କରାଯାଇ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି।

ବିଶ୍ୱନିୟନ୍ତା ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ବିଳମ୍ୱିତ ରାତିରୁ ଦ୍ୱାରଫିଟା ପରେ ବିଭିନ୍ନ ନୀତି କାନ୍ତି ବଢ଼ି ପଙ୍କ ଉଦ୍ଧାର ଓ ମାଘ ସ୍ନାନ କରାଯାଇ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ ମଙ୍ଗଳବାର ରାତି ୧ଟାରେ ମନ୍ଦିର ଦ୍ଵାରଫିଟା ନୀତି ହୋଇଥିଲା । ଏହାପରେ ପ୍ରଭୁ ଲୋକନାଥ ଦେବଙ୍କ ମଙ୍ଗଳ ଆଳତୀ, ସକାଳ ଧୂପ, ଦ୍ଵିପ୍ରହର ଧୂପ, ବଲ୍ଲଭ ନୀତି ଅନୁଷ୍ଠିତ ହୋଇଥିଲା । ପରେ ରାତ୍ର 4ଟାରୁ ପ୍ରଭୁ ଲୋକନାଥଙ୍କ ପଙ୍କୋଦ୍ଧାର ନୀତି ଅନୁଷ୍ଠିତ ହେଇଥିଲା । ବର୍ଷ ତମାମ ପ୍ରଭୁ ଲୋକନାଥଙ୍କ ଉପରେ ପଡି ରହିଥିବା ବେଲପତ୍ର, ଫୁଲ ଆଦିକୁ ସେବମାନେ କାଢିଥିଲେ । ସକାଳ 7ଟା ଯାଏ ଏହି ପଙ୍କୋଦ୍ଧାର ନୀତି ଅନୁଷ୍ଠିତ ହୋଇଥଲା । ପରେ ଭକ୍ତଙ୍କ ଦର୍ଶନ ଆରମ୍ଭ ହୋଇଥିଲା । ଆଜି ରାତି 10ଟା ଯାଏ ପ୍ରଭୁ ଲୋକନାଥଙ୍କୁ ଭକ୍ତ ଦର୍ଶନ କରିପାରିବେ ।

ସେହିପରି 100 ଟଙ୍କା ଟିକେଟ ନେଇ ପ୍ରଭୁଙ୍କୁ ଦର୍ଶନ ବ୍ୟବସ୍ଥା ମଧ୍ୟ କରାଯାଇଛି । ପ୍ରଭୁ ଲୋକନାଥଙ୍କୁ ଦର୍ଶନ ପାଇଁ ହଜାର ହଜାର ଭକ୍ତ ଉତ୍କଣ୍ଠାରେ ଅପେକ୍ଷାରେ କରିଥାନ୍ତି । ବର୍ଷର ଗୋଟିଏ ଦିନ ପଙ୍କୋଦ୍ଧାର ଏକାଦଶୀରେ ପ୍ରଭୁ ଲୋକନାଥ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ଏଣୁ ପଙ୍କୋଦ୍ଧାର ଏକାଦଶୀରେ ପ୍ରଭୁ ଲୋକନାଥଙ୍କ ଦିବ୍ୟ ଜ୍ୟୋତିର୍ଲିଙ୍ଗକୁ ଦର୍ଶନ ପାଇଁ ହଜାର ହଜାର ଭକ୍ତଙ୍କ ଭିଡ ଜମିଛି ।ଲକ୍ଷେ ଶିବଲିଙ୍ଗ ପୂଜା କଲେ ଯେଉଁ ଫଳ ପ୍ରାପ୍ତି ମିଳିଥାଏ ଆଜିର ଦିନରେ ଯଦି ଶ୍ରୀ ଲୋକନାଥଙ୍କୁ ଦର୍ଶନ ସହିତ ପୂଜାର୍ଚ୍ଚନା କଲେ ସମପରିମାଣର ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ତେବେ ପଙ୍କୋଦ୍ଧାର ଏକାଦଶୀ ପାଇଁ ଲୋକନାଥ ମନ୍ଦିର ରେ ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା, ପୋଲିସ ଓ ମନ୍ଦିର ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave A Reply

Your email address will not be published.