ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର। ଶ୍ରକ୍ଷେତ୍ର ପୁରୀ ସହ ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ। କାର୍ତ୍ତିକ ପ୍ରଥମ ସୋମବାର ଅବସରରେ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିିକାନ୍ତିରେ ସକାଳୁ ପୂଜାପାଠ କରାଯାଇଛି। ଅନ୍ୟପଟେ ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠ। ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି ।

କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ । ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳାଆଳତୀ, ମାଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।

ଭୋର ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ କରାଯିବା ପରେ ମଙ୍ଗଳଆଳତୀ, ମଇଲମ୍‌‌, ବାଳଭୋଗ ଆଦି ନୀତିକାନ୍ତି ସମ୍ପନ୍ନ ହୋଇଛି। ସେହିପରି ନୟାଗଡ଼ ଜିଲାର ଲଡୁବାବାଙ୍କ ପୀଠରେ ଶହଶହ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶରଣକୂଳରେ ମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି।

Leave A Reply

Your email address will not be published.