ଆଜି ଦୋଳ ପୁର୍ଣିମା; ଫଗୁ ଖେଳିବେ ଶ୍ରୀଜୀଉ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଦୋଳ ପୁର୍ଣିମା | ଦୋଳ ବିମାନରେ ଲକ୍ଷ୍ମୀ ନାରାୟଣ ବିଜେ ହୋଇ ନଗର ପରିକ୍ରମା କରିବେ। ଏହି ଅବସରରେ ପରସ୍ପରକୁ ଅବିର ବୋଲିବେ ଲକ୍ଷ୍ମୀ ନାରାୟଣ | ଲକ୍ଷ୍ମୀ ନାରାୟଣଙ୍କ ଭେଟ ପରେ ପାରମ୍ପରିକ ରୀତି ନୀତି ଅନୁସାରେ ଲୋକେ ହୋଲି ଖେଳିବେ | ଆସନ୍ତାକାଲି ହୋଲି ଥିବା ବେଳେ ରଙ୍ଗର ଏହି ପୂର୍ବକୁ ବେଶ ଉତ୍ସାହର ସହ ପାଳନ କରନ୍ତି |

ଏଥିପାଇଁ  ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିାକାନ୍ତି ହେବ। ମହାପ୍ରଭୁ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସହ ଫଗୁ ଖେଳିବେ। ଘଣ୍ଟଘଣ୍ଟା, ଶଂଙ୍ଖ ହୁଳହୁଳିରେ ପ୍ରକମ୍ପିତ ହେବ ପରିବେଶ। ଆଜି ଭକ୍ତ ଓ ଭଗବାନ ଏକାକାର ହୋଇ ହୋଲି ଖେଳିବେ। ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ କରିବା ସମୟରେ ଏଭଳି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ। ଆଜି ରତ୍ନସିଂହାସନରୁ ମହାପ୍ରଭୁ ରାଜାଧିରାଜ ଅର୍ଥାତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଏହି ଅବସରରେ ମହାପ୍ରଭୁଙ୍କୁ ଦୋଳ ବେଦୀରେ ଦର୍ଶନ ସହ ଫଗୁ ଖେଳିବା ପାଇଁ ହଜାର ହଜାର ଭକ୍ତ ଉତ୍କଣ୍ଠାର ସହ ଚାହିଁଛନ୍ତି । ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୁଦେବୀ ଭୋଇ ପାଇ ଦୋଳବେଦୀକୁ ବିଜେ କରିବା ସମୟରେ ଏପରି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ ।

ପାଲିଙ୍କିରେ ଝୁଲିଝୁଲି ୨୧ ଘେରା ପରିକ୍ରମା କରି ଝୁଲଣ ମଣ୍ଡପକୁ ବିଜେ କରିଥାନ୍ତି ମହାପ୍ରଭୁ ଦୋଳଗୋବିନ୍ଦ । ସେହିପରି ଆଜି ଦୋଳପୂର୍ଣିମାରେ ଦୋଳବେଦୀରେ ଝୁଲିବେ ଦୋଳଗୋବିନ୍ଦ। ସକାଳ ଧୂପ ପରେ ବିମାନରେ ବିଜେ ହୋଇ ବିରାଟ ଶୋଭାଯାତ୍ରାରେ ଫଗୁ ଅବିର ଭକ୍ତଙ୍କ ସହ ଖେଳି  ଦୋଳବେଦୀରେ ବିରାଜମାନ ହେବେ।  ଅନ୍ୟପକ୍ଷରେ ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳୁଛନ୍ତି ଦୋଳ ଗୋବିନ୍ଦ। ଆସନ୍ତାକାଲି ହୋଲି ଥିବା ବେଳେ ରଙ୍ଗର ଏହି ପର୍ବକୁ ବେଶ ଉତ୍ସାହର ସହ ପାଳନ କରିବେ ଲୋକେ।

Leave A Reply

Your email address will not be published.