ଆଜି ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ

0

ଓଡ଼ିଆ ନ୍ୟୁଜ, ମାଲକାନଗିରି : ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ସୁଗମ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଏକ ଐତିହାସିକ ପଦକ୍ଷେପ ‘ଲକ୍ଷ୍ମୀ ଯୋଜନା’‌ରେ ବସ୍‌ ସେବା ଆଜି ଠାରୁ ବିଧିବଦ୍ଧ ଭାବେ ମାଲକାନଗିରିରୁ ଆରମ୍ଭ ହେବ। ଆଜି ମୁଖ୍ୟମନ୍ତ୍ରୀ ମାଲକାନଗିରିରୁ ଏହି ସେବାର ଶୁଭାରମ୍ଭ କରିବେ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି ।

ପଞ୍ଚାୟତରୁ ରାଜଧାନୀ ସହଜରେ ପରିବହନ ବ୍ୟବସ୍ଥା ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା ଲକ୍ଷ୍ମୀ । ଲକ୍ଷ୍ମୀ ଯୋଜନାରେ ତିନି ବର୍ଷରେ ୩୧୭୮ କୋଟି ଖର୍ଚ୍ଚ ହେବ । ଏହି ଯୋଜନାରେ କେବଳ ସହର ଓ ଗ୍ରାମାଞ୍ଚଳ ମଧ୍ୟରେ ପରିବହନ ସୁନିଶ୍ଚିତ ହେବ ନାହିଁ ବରଂ ରାସ୍ତା ଓ ସେତୁ ନିର୍ମାଣ ତଥା ମରାମତି କାର୍ଯ୍ୟକୁ ଗୁରୁତ୍ୱ ଦେବ । ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲ୍ଲାରୁ ଅନେକ ଯୋଜନାର ଶୁଭାରମ୍ଭ କରିଥିବା ବେଳେ ଏହି ଯୋଜନାକୁ ମାଲକାନଗିରି ଜିଲ୍ଲାରୁ ଆରମ୍ଭ କରିଥିବାରୁ ଜିଲ୍ଲାବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଏହି ଯୋଜନାର ଶୁଭାରମ୍ଭ ହେଲେ ଅନେକ ଗାଁ ଓ ପଞ୍ଚାୟତକୁ ଜିଲ୍ଲା ସଦର ମହକୁମାରୁ ସିଧାସଳଖ ଉନ୍ନତମାନର ବସ୍‌ ସେବା ମିଳି ପାରିବ। ଯେଉଁ ଗ୍ରାମଗୁଡ଼ିକୁ ବ୍ଲକ୍‌ ସଦରରୁ ବସ୍‌ ସେବା ନଥିଲା, ସେହି ଗ୍ରାମଗୁଡ଼ିକୁ ଲୋକେ ଅତି ଆରାମରେ ଯାତାୟତ କରି ପାରିବେ।

ଏଥିପାଇଁ ଜିଲ୍ଲାବାସୀ ଖୁସିବ୍ୟକ୍ତ କରିବା ସହ ବସ୍‌ ସେବାର ଶୁଭାରମ୍ଭ ପାଇଁ ଉତ୍କଣ୍ଠାର ସହ ଅପେକ୍ଷା କରି ରହିଛନ୍ତି। ଜିଲ୍ଲାରେ ଏହି ବସ୍‌ ସେବାର ସୁପରିଚାଳନା ନିମନ୍ତେ ପୂର୍ବରୁ ତାଲିମପ୍ରାପ୍ତ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଛି। ଏହାସହ ବସ୍‌ଗୁଡ଼ିକର ପରୀକ୍ଷାମୂଳକ ଯାତ୍ରା ମଧ୍ୟ କରାଯାଇଛି।

Leave A Reply

Your email address will not be published.