ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶ, ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳି

0

ପୁରୀ(ଓଡ଼ିଆ ନ୍ୟୁଜ୍‌): ଅନବସର ଗୁପ୍ତନୀତି ପରେ ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ । ଅଣସର ଘରେ ନାନାଦି ନୀତି ପରେ ଜ୍ୱରରେ ପଡ଼ିଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ମଙ୍ଗଳବାର ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ ହୋଇଛି । ବନକଲାଗି ପରେ ମହାପ୍ରଭୁ ନବଯୌବନ ପ୍ରାପ୍ତି ହୋଇଛନ୍ତି । ଏଥିପାଇଁ ୧୫ ଦିନର ଅଣସର ଶେଷ କରି ଶ୍ରୀଜିଉ ଅଣସର ପିଣ୍ଡିରୁ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି । କୋଭିଡ୍ ଯୋଗୁଁ ଦୁଇବର୍ଷ ହେଲା ଭକ୍ତ ଏହି ଦୁଲ୍ଲର୍ଭ ଦର୍ଶନରୁ ବଞ୍ଚିତ ରହିଥିଲେ ।

ଏପଟେ ନବଯୌବନ ବେଶ ଦର୍ଶନ କରିବାକୁ ଅଧିକ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

Leave A Reply

Your email address will not be published.