ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୩ ଘଣ୍ଟା ବନ୍ଦ ରହିବ।  4 ଘଣ୍ଟା ଶ୍ରୀବିଗ୍ରହଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା .୬.୦୦ ଟା ଠାରୁ ରାତ୍ର ୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ଆଜି କୃଷ୍ଣ ତୃତୀୟା ତିଥି । ଶ୍ରୀ ମନ୍ଦିରରେ ଶ୍ରୀବିଗ୍ରମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସଂପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇ ଥାଏ। ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁ ଙ୍କ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର୍ ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ ।

ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ରଥଯାତ୍ରା ପରେ ପ୍ରଥମ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରାଯିବ।ପ୍ରାକୃତିକ ରଙ୍ଗ ହିଙ୍ଗୁଳା, ହରିତାଳ, ଧଳା ଓ କଳା ରଙ୍ଗରେ ଦତ୍ତମହାପାତ୍ର ସେବକ ବନକଲାଗି କରାଇବେ। ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ।

Leave A Reply

Your email address will not be published.